‘ମୁଁ ଓଡ଼ିଆ ପୁଅ, ଶେଷ ପର୍ଯ୍ୟନ୍ତ ଲଢିବି’

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଜେଲ୍‌ ଯାଇ ଜାମିନ୍‌ରେ ଆସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଏହି ଦୁଇ ମାମଲାରେ ହୋଇଥିବା କୋଟି କୋଟି ଟଙ୍କା ବେଆଇନ୍‌ ଅର୍ଥ କାରବାର ସମ୍ବନ୍ଧରେ ଇଡି ତଦନ୍ତ କରୁଛି। ଇଡିର ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟରେ ପ୍ରଦୀପଙ୍କୁ ପୂର୍ବାହ୍ନ ପ୍ରାୟ ୧୦ଟାରୁ ସା ୭ଟା ପର୍ଯ୍ୟନ୍ତ ୯ଘଣ୍ଟା ଧରି ମାରାଥନ ଜେରା କରାଯାଇଛି।
ଭାବି ଜ୍ୱାଇଁ ଆକାଶ ପାଠକଙ୍କ ଆକାଉଣ୍ଟରୁ ପ୍ରଦୀପଙ୍କ ଆକାଉଣ୍ଟକୁ ବିପୁଳ ପରିମାଣର ଟଙ୍କା ଟ୍ରାନ୍‌ଫର୍‌ ହୋଇଥିବା ତଦନ୍ତରୁ ଜଣାପଡ଼ିଥିଲା। ଦୁଇ ପରିବାରର ସଦସ୍ୟଙ୍କ ମଧ୍ୟରେ କୋଟି କୋଟି ଟଙ୍କା ନେଣଦେଣ ମଧ୍ୟ ହୋଇଥିଲା। ତେବେ ଏହି ଟଙ୍କା କେଉଁଠୁ ଆସିଥିଲା, ଟଙ୍କାର ଉତ୍ସ କ’ଣ ପ୍ରଭୃତି ବିଭିନ୍ନ ଦିଗକୁ ନେଇ ତାଙ୍କୁ ପ୍ରଶ୍ନ ପଚାରି ଇଡି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଥିବା ସୂଚନା ମିଳିଛି। ଏହାପୂର୍ବରୁ ଅକ୍ଟୋବର ୫ରେ ପ୍ରଥମ ଓ ଗତ ଗୁରୁବାର ଦ୍ୱିତୀୟ ଥର ପାଇଁ ପ୍ରଦୀପଙ୍କ ଭାବୀ ଶ୍ୱଶୁର ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କୁ ଜେରା କରାଯାଇଥିଲା। ନଭେମ୍ବର ୧୧ରେ ତାଙ୍କ ପୁଅ ଆକାଶଙ୍କୁ ଝାରପଡ଼ା ଜେଲ୍‌ରେ ଏବଂ ପ୍ରଦୀପଙ୍କ ଝିଅ ଶ୍ରୁତି ପାଣିଗ୍ରାହୀଙ୍କୁ ଶୁକ୍ରବାର ଇଡି ଜେରା କରିଥିଲା। ଜେରା ବେଳେ ପାଠକ ଓ ପାଣିଗ୍ରାହୀଙ୍କ ପରିବାର ମଧ୍ୟରେ ଆର୍ଥିକ କାରବାର ନେଇ ଇଡିକୁ ବହୁ ଗୁରୁତ୍ୱପୁର୍ଣ୍ଣ ତଥ୍ୟ ମିଳିଥିଲା। ଉକ୍ତ ତଥ୍ୟ ଆଧାରରେ ପ୍ରଦୀପଙ୍କୁ ଇଡି ଜେରା କରିଛି। ଏନେଇ ପ୍ରଦୀପ ଗଣମାଧ୍ୟମକୁ କହିଛନ୍ତି, ମୁଁ ଓଡ଼ିଆ ପୁଅ, ଶେଷ ପର୍ଯ୍ୟନ୍ତ ଲଢିବି। ନ୍ୟାୟପାଳିକା ଉପରେ ମୋର ଭରସା ଅଛି। ଇଡି ଯେଉଁ ପ୍ରଶ୍ନ ପଚାରିଲେ ତା’ର ଉତ୍ତର ରଖିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

ଇନ୍ଦ୍ରାବତୀ ପମ୍ପ ଷ୍ଟୋରେଜ୍ ବିଦ୍ୟୁତ ପ୍ରକଳ୍ପ: ଶିଳାନ୍ୟାସର ୧୯ ଦିନ ପରେ ବୋର୍ଡରୁ ଫଳକ ଗାୟବ, ଚର୍ଚ୍ଚା ଜୋର୍

ଜୟପାଟଣା, ୯।୭(ଓମ୍ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଅନ୍ତର୍ଗତ ଇନ୍ଦ୍ରାବତୀ ପାୱାର ହାଉସ ପାର୍ଶ୍ୱ ରାଣୀବାହାଲ ଗ୍ରାମ ପରିସରରେ ନୂତନ ଭାବେ ସ୍ଥାପନ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri