ମୋ’ ଉପରେ ମୁଖ୍ୟମନ୍ତ୍ରୀ ଭରସା କରିଥିବାରୁ ମୁଁ କୃତଜ୍ଞ: ପ୍ରମିଳା

ଭୁବନେଶ୍ୱର,୨୦ା୯(ଅନିଲ ଦାସ): ବିଜେଡିର ବରିଷ୍ଠ ନେତ୍ରୀ ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବାଚସ୍ପତି ପ୍ରାର୍ଥୀ ହୋଇଛନ୍ତ। ଏ ନେଇ ବିଜେଡି ପକ୍ଷରୁ ବୁଧବାର ତାଙ୍କ ନାମ ଘୋଷଣା କରାଯାଇଛି। ସେ ମନ୍ତ୍ରୀ ପଦବୀରୁ ଇସ୍ତଫା ଦେଇ ଗୁରୁବାର ବାଚସ୍ପତି ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଆସନ୍ତା ୨୨ ତାରିଖ ସକାଳ ୯ଟାରେ ବିଧାନସଭାରେ ବାଚସ୍ପତି ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ବିଧାନସଭାରେ ଅନ୍ୟ କୌଣସି ଦଳ ବାଚସ୍ପତି ପଦବୀ ପାଇଁ ପ୍ରାର୍ଥୀ ଦେଉ ନ ଥିବାରୁ ଏବଂ ବିଜେଡି ସଂଖ୍ୟାଗରିଷ୍ଠ ଥିବାରୁ ପ୍ରମିଳା ପ୍ରାୟତଃ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ବାଚସ୍ପତି ପଦ ପାଇଁ ପ୍ରମିଳାଙ୍କ ନାମ ଘୋଷଣା ହେବା ପରେ ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋତେ ବାଚସ୍ପତି ପ୍ରାର୍ଥୀ ଘୋଷଣା କରିଥିବାରୁ ବହୁତ ଖୁସି। ମୁଖ୍ୟମନ୍ତ୍ରୀ ମୋ ଉପରେ ଭରସା କରିଥିବାରୁ ତାଙ୍କ ନିକଟରେ କୃତଜ୍ଞ। ନିରପେକ୍ଷ ଭାବେ ସବୁ ଦଳକୁ ନେଇ ଗୃହ ଚଳାଇବାକୁ ଚେଷ୍ଟା କରିବି। ମୁଖ୍ୟମନ୍ତ୍ରୀ ସବୁବେଳେ ମହିଳାମାନଙ୍କୁ ଆଗକୁ ନେବାକୁ ଉଦ୍ୟମ କରି ଆସିଛନ୍ତି। ମହିଳାଙ୍କୁ ସ୍ବାବଲମ୍ବୀ ଓ ସଶକ୍ତ କରିବା ଦିଗରେ ମୁଖ୍ୟମନ୍ତ୍ରୀଙ୍କ ଭୂମିକା ଅତୁଳନୀୟ। ମୁଖ୍ୟମନ୍ତ୍ରୀ ରାଜ୍ୟରେ ମହିଳାଙ୍କ ପାଇଁ ଯାହା କରିଛନ୍ତି ଦେଶରେ ଅନ୍ୟ କେହି କରିନାହାନ୍ତି। ପାର୍ଲାମେଣ୍ଟରେ ମହିଳାଙ୍କ ପାଇଁ ୩୩ ପ୍ରତିଶତ ସ୍ଥାନ ସଂରକ୍ଷଣ କରିବାକୁ ସେ ବାରମ୍ବାର ଦାବି କରି ଆସୁଥିଲେ। ତାହା ଏବେ ଫଳପ୍ରଦ ହୋଇଛି। ସମ୍ବିଧାନ ବିଧି ବ୍ୟବସ୍ଥା ଅନୁଯାୟୀ, ସବୁ ଦଳକୁ ସାଥିରେ ନେଇ ଗୃହ କିପରି ସୁରୁଖୁରୁରେ ଚାଲିବ ସେ ନେଇ ଚେଷ୍ଟା କରିବି ବୋଲି ପ୍ରମିଳା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri