ମୁଁ ଭାରତର ବୋହୂ, ମୋତେ ଏଠି ରଖ: ମୋଦି-ଯୋଗୀଙ୍କୁ ଏମିତି କହି ନିବେଦନ କଲେ ସୀମା ହାଇଦର

ଲକ୍ଷ୍ନୌ,୨୬।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର କଠୋର ପଦକ୍ଷେପ ନେଇଛନ୍ତି। ସରକାର ପାକିସ୍ତାନୀ ନାଗରିକଙ୍କ ଭିଜା ବାତିଲ କରିଛନ୍ତି। ଭାରତରେ ରହୁଥିବା ପାକିସ୍ତାନୀମାନଙ୍କୁ ଏବେ ଦେଶ ଛାଡି ପାକିସ୍ତାନ ଫେରିବାକୁ ପଡିବ। ପ୍ରାୟତଃ ଚର୍ଚ୍ଚାରେ ରହୁଥିବା ସୀମା ହାଇଦରଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏଥିରେ ସେ କହୁଛନ୍ତି,ମୁଁ ପାକିସ୍ତାନ ଯିବାକୁ ଚାହୁଁନାହିଁ। ମୁଁ ପ୍ରଧାନମନ୍ତ୍ରୀ ମୋଦି ଏବଂ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ମଧ୍ୟ ନିବେଦନ କରୁଛି, ଆପଣମାନଙ୍କ ଶରଣରେ ମୁଁ ଅଛି, ମୁଁ ପାକିସ୍ତାନର ଝିଅ ଥିଲି, କିନ୍ତୁ ଏବେ ଭାରତର ବୋହୂ’ ମୋତେ ଏଠାରେ ରହିବାକୁ ଦିଅ। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ସୀମା ତାଙ୍କ ସ୍ବାମୀ ସଚିନଙ୍କ ସହ ନଜର ଆସୁଛନ୍ତି।

ଏହି ଭିଡିଓଟି ସୀମା____sachin10 ନାମକ ଏକ ଆକାଉଣ୍ଟରୁ ଶେୟାର କରାଯାଇଛି। ଏହାକୁ ଏପର୍ଯ୍ୟନ୍ତ ହଜାର ହଜାର ଲାଇକ ମିଳିସାରିଛି। ସୂଚନାଯୋଗ୍ୟ, ସୀମା ହାଇଦର ୨୦୨୩ରେ ଭାରତରେ ପ୍ରବେଶ କରିଥିଲେ ଏବଂ ସେ ଭାରତୀୟ ଯୁବକ ସଚିନଙ୍କୁ ପ୍ରେମ କରୁଥିଲେ। ସେବେଠାରୁ ସେ ଚର୍ଚ୍ଚାରେ ରହିଆସିଛନ୍ତି। ଏବେ ପୁଣିଥରେ ପାକିସ୍ତାନୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ମଧ୍ୟରେ ସୀମାଙ୍କ ଏହି ବୟାନ ଆଲୋଚନାର ବିଷୟ ପାଲଟିଛି।

 

View this post on Instagram

 

A post shared by Seema Sachin (@seema____sachin10)

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri