ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ଦେବାଶିଷ! ଖୋଲାଖୋଲି ଭାବେ କହିଲେ ମୁଁ ଏହି ଦଳକୁ ଯିବି…

ଭୁବନେଶ୍ୱର, ୨୫।୫: ବରିଷ୍ଠ ବିଜୁ ଜନତା ଦଳ ନେତା ଏବଂ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତାଙ୍କୁ ନବୀନ ପଟ୍ଟନାୟକଙ୍କ ନିକଟତର ବୋଲି ବିବେଚନା କରାଯାଉଥିଲା। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏକ ପୋଷ୍ଟ ମାଧ୍ୟମରେ ଇସ୍ତଫା ଘୋଷଣା କରିଛନ୍ତି। ଇସ୍ତଫା ପତ୍ରରେ ଦଳ ଭିତରେ ତାଙ୍କର ଅବହେଳାକୁ କାରଣ ବୋଲି ଉଲ୍ଲେଖ କରିଛନ୍ତି।

ସେ Xରେ ପୋଷ୍ଟ କରି ଲେଖିଛନ୍ତି, “ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ମୋର ଇସ୍ତଫା। ଦଳ ପ୍ରତିଷ୍ଠା ହେବାଠୁଁ ଆଜି ଯାଏଁ ମୁଁ ମୋର ସେବା, ସଂଗଠନ ଓ ସମର୍ପଣ ନୀତିରେ କାର୍ଯ୍ୟ କରି ଆସିଛି। ଆଗକୁ ମଧ୍ୟ ଓଡିଶାବାସୀଙ୍କ ପାଇଁ ମୋର ସଂଘର୍ଷ ଜାରି ରଖିବି। ଜୟ ଜଗନ୍ନାଥ।

ତେବେ ସେ ଭାଜପାରେ ମିଶିବା ନେଇ ପରୋକ୍ଷରେ ଇଶାରା ଦେଇଛନ୍ତି ଦେବାଶିଷ। ସେ କହିଛନ୍ତି, ମୁଁ ଏକ ରାଷ୍ଟ୍ରୀୟ ଦଳକୁ ଯାଉଛି। ମୋତେ ରାଷ୍ଟ୍ରୀୟ ଦଳର ମୁଖ୍ୟଙ୍କ ଠାରୁ ସେହି ପ୍ରକାରର ଆଶ୍ବାସନା ମିଳିଛି । ମହାପ୍ରଭୁ ଆଶୀର୍ବାଦ କଲେ ପୁଣି ରାଜ୍ୟ ସଭାକୁ ଫେରିବି।

ସେପଟେ ସେ ଇସ୍ତଫା ଦେବାର କାରଣ ଦର୍ଶାଇ କହିଛନ୍ତି, ପାଣ୍ଡିଆନଙ୍କ ପାଇଁ ବିଜେଡି ଛାଡ଼ିଲି । ବର୍ଷେ ହେଲାଣି ନବୀନ ବାବୁଙ୍କୁ ମୋତେ ଦେଖା କରାଇ ଦେଉ ନଥିଲେ। ସେ ଭଲ ଭାବେ ଜାଣିଥିଲେ ନବୀନ ବାବୁଙ୍କ ସହ ମୋର ସଂପର୍କ କଣ। ନବୀନ ବାବୁ କହିଥିଲେ ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି। ମାତ୍ର ଟ୍ରଷ୍ଟ ନାଁରେ ବାପା ବିଜୁ ବାବୁ କରିଥିବା ଘର ତାଙ୍କୁ ଦେଇଦେଲେ। ଏହା ବିଜୁ ବାବୁଙ୍କ ଲିଗାସି ପ୍ରତି ଘୋର ଅପମାନ ଥିଲା। ବିଜୁ ବାବୁଙ୍କ ସଂପତ୍ତି ତାମିଲ ଲୋକଙ୍କୁ ଯିବ ମୁଁ ଗ୍ରହଣ କରିପାରୁନି ବୋଲି ଦେବାଶିଷ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?