Posted inଜାତୀୟ

ମୁଁ ନୁହେଁ ସାଧାରଣ ଲୋକ, ମତେ ବି ଜଣା ଅଛି ଉତ୍ତର…

ନାସିକ,୨୪।୮: ଜନ ଆଶୀର୍ବାଦ ଯାତ୍ରା ସମୟରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେଙ୍କୁ ଗିରଫ କରିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ଏନେଇ ରାଣେ କହିଛନ୍ତି ଯେ, ମୁଁ ସାଧାରଣ ଲୋକ ନୁହେଁ, ମୁଁ ଜଣେ କେନ୍ଦ୍ରମନ୍ତ୍ରୀ। ମତେ ବି ଉତ୍ତର ଜଣା ଅଛି। ତେବେ ଏଭଳି କରିବାକୁ ମୁଁ ଚାହୁଁ ନାହିଁ। ମୋ ବିରୋଧରେ ମାମଲା ରୁଜୁ କରାଯାଇଛି। ମତେ ଗିରଫ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଜାରି କରାଯାଇଛି। ସେ ସମ୍ପର୍କରେ ଶୁଣିବାକୁ ପାଉଛି। ତେବେ ଏନେଇ ଅଧିକାରୀକସ୍ତରରେ ମୋତେ କେହି ଜଣାଇ ନାହାନ୍ତି। କାହାର ବିରୋଧ କରିବା କୌଣସି ଅପରାଧ ନୁହେଁ। ମୋ ବିରୋଧରେ କହିଲେ ଏନେଇ ମଧ୍ୟ ମାମଲା ରୁଜୁ କରାଯିବ ବୋଲି ରାଣେ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଛନ୍ତିି। କେନ୍ଦ୍ରରେ ଆମ ସରକାର ରହିଛି। ଏପରିସ୍ଥଳେ ରାଜ୍ୟ ସରକାର କେତେ ଡିଆଁଡେଇଁ କରୁଛନ୍ତି କରନ୍ତୁ, ତାହା ଦେଖାଯିବ ବୋଲି ରାଣେ କହିଛନ୍ତି। ସୂଚନାଯୋଗ୍ୟ, ରାଣେଙ୍କ ବିରୋଧରେ ଆଇପିସି ଧାରା ୧୫୩ ଏବଂ ୫୦୫ ଅନ୍ତର୍ଗତ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ଯାତ୍ରା ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri