Posted inଜାତୀୟ

ମୁଁ ଅହଂକାରୀ ନୁହେଁ: ରାହୁଲ

ନୂଆଦିଲ୍ଲୀ,୩ା୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦି ସରନେମ୍‌ ସହ ଜଡ଼ିତ ମାନହାନି ମାମଲାରେ ସୁପ୍ରିମକୋର୍ଟରେ ଜବାବ ଦାଖଲ କରିଛନ୍ତି। ତାଙ୍କ ଆବେଦନ ଉପରେ ଅଗଷ୍ଟ ୪ରେ ହେବାକୁ ଥିବା ଶୁଣାଣି ପୂର୍ବରୁ ବୁଧବାର ସେ ସୁପ୍ରିମ୍‌କୋର୍ଟଙ୍କୁ କହିଛନ୍ତି, ମୁଁ ଏହି ଅପରାଧରେ ଦୋଷୀ ନୁହେଁ। ତେଣୁ ଦଣ୍ଡ ଉପରେ ରୋକ ଲଗାଯାଉ। ଯଦି କ୍ଷମା ମାଗିବା ଏବଂ ଦଣ୍ଡ ହ୍ରାସ କରିବାର ଥିଲା, ତେବେ ଏହା ମୁଁ ଢେର୍‌ ଦିନ ପୂର୍ବରୁ କରିପାରିଥା’ନ୍ତି। ଅଭିଯୋଗକାରୀ ଭାଜପାର ପୂର୍ଣ୍ଣେଶ ମୋଦି ନିଜେ ମୂଳତଃ ମୋଦି ସମ୍ପ୍ରଦାୟର ନୁହନ୍ତି। ତେବେ କ୍ଷମା ମାଗି ନ ଥିବାରୁ ମୋତେ ଅହଂକାରୀ କହିବା ଠିକ୍‌ ନୁହେଁ ।
ସୂଚନାଯୋଗ୍ୟ, ମୋଦି ସରନେମ୍‌ ବଦନାମ ମାମଲାରେ ଅଭିଯୋଗକାରୀ ପୂର୍ଣ୍ଣେଶ ମୋଦି ଜୁଲାଇ ୩୧ରେ ସୁପ୍ରିମ୍‌କୋର୍ଟରେ ଏକ ଜବାବ ଦାଖଲ କରିଥିଲେ। ଏଥିରେ ସେ ରାହୁଲ ଗାନ୍ଧୀଙ୍କ ଆବେଦନକୁ ଖାରଜ କରିବାକୁ ଦାବି କରିଛନ୍ତି। ଆଉ ସେ ସୁପ୍ରିମ୍‌କୋର୍ଟରେ ଦେଇଥିବା ଜବାବରେ ରାହୁଲ କ୍ଷମା ମାଗିବାକୁ ମନା କରିବାରୁ ‘ଅହଂକାରୀ’ ଶବ୍ଦ ବ୍ୟବହାର କରିଛନ୍ତି। ରାହୁଲଙ୍କୁ ଆଶ୍ୱସ୍ତି ଦେବା ପାଇଁ କୌଣସି ଆଧାର ନାହିଁ ବୋଲି ପୂର୍ଣ୍ଣେଶ କହିଛନ୍ତି। ତାଙ୍କର ଆଚରଣ ଗର୍ବରେ ପରିପୂର୍ଣ୍ଣ। ବିନା କାରଣରେ ସମଗ୍ର ଶ୍ରେଣୀକୁ ଅପମାନିତ କରିବା ପରେ ସେ କ୍ଷମା ମାଗିବାକୁ ମନା କରିଦେଇଥିଲେ।
ମାନହାନି ମାମଲାରେ ରାହୁଲଙ୍କୁ ଚଳିତବର୍ଷ ମାର୍ଚ୍ଚରେ ସୁରତ କୋର୍ଟ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ ଏବଂ ଗୁଜରାଟ ହାଇକୋର୍ଟ ଜୁଲାଇ ୭ରେ ଏହି ରାୟକୁ କାଏମ ରଖିଥିଲେ। ଏହା ପରେ ରାହୁଲ ସୁପ୍ରିମକୋର୍ଟ ଯାଇଛନ୍ତି।
ଉଲ୍ଲେଖଯୋଗ୍ୟ, ୧୩ ଏପ୍ରିଲ ୨୦୧୯ରେ, କର୍ନାଟକର କୋଲାରରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରିବାବେଳେ ରାହୁଲ କହିଥିଲେ, ସମସ୍ତ ଚୋରଙ୍କ ସରନେମ୍‌ ମୋଦି କାହିଁକି ହୁଏ? ଏହି ପ୍ରସଙ୍ଗରେ ପୂର୍ଣ୍ଣେଶ ମୋଦି ୨୦୧୯ରେ ତାଙ୍କ ବିରୋଧରେ ଆପରାଧିକ ମାନହାନି ମକଦ୍ଦମା ଦାଏ ର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?