ମୁଁ ଅତୁଲ ସୁବାଷ ନୁହେଁ… ସ୍ତ୍ରୀଙ୍କ ସଙ୍ଗୀନ ଅଭିଯୋଗ ପରେ ମୁହଁ ଖୋଲିଲେ ଓଏଏସ ଅଧିକାରୀ

ଭୁବନେଶ୍ୱର,୧।୮: ଓଏଏସ ଅଧିକାରୀ ତଥା OSDMAରେ କାର୍ଯ୍ୟରତ DGM ସାର୍ଥକ ସୌରଭ ମହାପାତ୍ରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସ। ଛୁଆ ଜନ୍ମ ପରଠୁ ମେଡିକାଲରୁ ସାର୍ଥକ କୁଆଡେ ପଳାଇଥିବା ତାଙ୍କ ସ୍ତ୍ରୀ କହିଛନ୍ତି। ସେପଟେ ଶୁକ୍ରବାର ମହିଳା ଥାନାରେ ହାଜର ହୋଇଛନ୍ତି ସାର୍ଥକ। ମହିଳା ଥାନାରୁ ବାହାରିବା ପରେ ସେ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ କରିଛନ୍ତି। ସେ କହିଛନ୍ତି, ମୋ ଛଡ଼ା ମୋ ମା’ର କେହି ନାହାନ୍ତି। ମେ ମା’, ଭଉଣୀଙ୍କୁ ସପୋର୍ଟ ଦରକାର। ସ୍ତ୍ରୀ କେବେ ସପୋର୍ଟ ଦେଉ ନ ଥିଲେ। ମା’ଙ୍କୁ ମୁଁ ସମୟ ଦେଲେ ଯେମିତି ଅପରାଧ କରିଦେଲି। ଭାବିଥିଲି ଛୁଆ ହେଲେ ସବୁ ସ୍ବାଭାବିକ ହୋଇଯିବ। ଛୁଆ ଜନ୍ମବେଳେ ହସ୍ପିଟାଲରେ ୩ ଦିନ ରହି ସବୁ ସେବା କରିଛି। ମୁଁ ଅତୁଲ ସୁବାଷ ନୁହେଁ, ଶେଷ ପର୍ଯ୍ୟନ୍ତ ଲଢ଼େଇ କରିବି। କୋର୍ଟ ଏବଂ ଜଗନ୍ନାଥଙ୍କ ଉପରେ ଭରସା ଅଛି। ମୋତେ ନିଶ୍ଚୟ ନ୍ୟାୟ ମିଳିବ। ା ବେଙ୍ଗାଲୁରୁର ସଫ୍ଟଓ୍ବେୟାର ଇଞ୍ଜିନିୟର ଅତୁଲ ସୁଭାଷ ସ୍ତ୍ରୀଙ୍କ ନିର୍ଯାତନା ସହିନ ପାରି ଶେଷରେ ଆତ୍ମହତ୍ୟା କରିଥିଲେ।
ସୂଚନାଯୋଗ୍ୟ, ସାର୍ଥକଙ୍କ ନାଁରେ ତାଙ୍କ ଇଂଜିନିୟର ସ୍ତ୍ରୀ ଆଣିଛନ୍ତି ସଙ୍ଗୀନ ଅଭିଯୋଗ। ତାଙ୍କ ପତ୍ନୀ ଭୁବନେଶ୍ବର ମହିଳା ଥାନାରେ ଏତଲା ଦେଇଛନ୍ତି। ମା’ ହେବା ପରେ ସ୍ତ୍ରୀ ଓ ପୁଅକୁ ଓଏଏସ ଅଧିକାରୀ ପଚାରୁ ନ ଥିବା ଅଭିଯୋଗ କରିଛନ୍ତି।

ସେହିଭଳି ଏତଲାରେ ସ୍ବାମୀଙ୍କ ସହ ଶାଶୁ ଓ ନଣନ୍ଦଙ୍କ ନାଁରେ ମଧ୍ୟ ନିର୍ଯାତନାର ଅଭିଯୋଗ ଆଣିଛନ୍ତି ସ୍ତ୍ରୀ। ଅର୍ଚ୍ଚନା ପଞ୍ଚାୟତରାଜ ଏବଂ ପାନୀୟ ଜଳ ବିଭାଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ଭାବରେ କାର୍ଯ୍ୟ କରନ୍ତି। ମେ ୧୦ରେ ଅର୍ଚ୍ଚନା ଏକ ଘରୋଇ ହସ୍ପିଟାଲରରେ ଗୋଟିଏ ଶିଶୁପୁତ୍ର ଜନ୍ମ ଦେଇଥିଲେ। ସେବେଠୁ ସ୍ବାମୀ ଆଉ ସମ୍ପର୍କରେ ନ ଥିବା ଏତଲାରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri