ଭାଜପାର କରୋନା ଭ୍ୟାକ୍ସିନ ଉପରେ ଭରସା ନାହିଁଁ : ଅଖିଳେଶ

ଲକ୍ଷ୍ନୌ,୨ ।୧: କରୋନା ମହାମାରୀକୁ ନେଇ ରାଜନୀତି ମୁଣ୍ଡ ଟେକିବା ଏକ ସାଧାରଣ କଥା ଥିବା ବେଳେ ଏବେ ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହାକୁ ଏନ ନୂଆ ରଙ୍ଗ ଦେଇଛନ୍ତି । ଶନିବାର ସାରା ଦେଶରେ କରୋନା ଟିକାକରଣର ଡ୍ରାଏ ରନ୍ ଆରମ୍ଭ ହୋଇଥିବା ବେଳେ ଅଖିଳେଶ କହିଛନ୍ତି ମୁଁ କରୋନା ଭ୍ୟାକ୍ସିନ ନେବି ନାହିଁ । କାରଣ ଭାରତୀୟ ଜନତା ପାଟି(ଭାଜପା)ର ଭ୍ୟାକ୍ସିନ ଉପରେ ମୋର ଭରସା ନାହିଁ । ଯେବେ ଆମ ସରକାର ଗଠନ ହେବେ ତେବେ ସମସ୍ତଙ୍କୁ ମାଗଣାରେ କରୋନା ଭ୍ୟାକ୍ସିନ ମିଳିବ ଓ ମୁଁ ସେତେବେଳେ ଭ୍ୟାକ୍ସିନ ନେବି କାରଣ ଭାଜପା ଭ୍ୟାକ୍ସିନ ଉପରେ ମୋର ଭରସା ନାହିଁ । ସୂଚନାଯୋଗ୍ୟ, ଶନିବାର ଦିଲ୍ଲୀରେ କରୋନା ଭ୍ୟାକ୍ସିନର ଡ୍ରାଏରନ୍ ଆରମ୍ଭ ହୋଇଥିବା ବେଳେ ଏ ସମ୍ପର୍କରେ ସବିଶେଷ ବିବରଣୀ ନେବାକୁ ପହଞ୍ଚିଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ କହିଥିଲେ, କେବଳ ଦିଲ୍ଲୀ କାହିଁକି ସାରା ଦେଶରେ ଲୋକଙ୍କୁ ମାଗଣାରେ କରୋନା ଟିକା ଯୋଗାଇ ଦିଆଯିବ । ତେବେ ପ୍ରଥମ ପର୍ଯ୍ୟାୟରେ ହେଲ୍‌ଥ ୱାର୍କର, କରୋନା ଯୋଦ୍ଧା, ୫୦ ବର୍ଷରୁ ଅଧିକ ବୟସର ବ୍ୟକ୍ତି ଓ ଜଟିଳ ରୋଗରେ ପୀଡ଼ିତ ବ୍ୟକ୍ତିଙ୍କୁ ଏହି ଟିକା ଦିଆଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri