Posted inଜାତୀୟ

‘ମୁଁ ମୁଖ୍ୟମନ୍ତ୍ରୀ ରେସ୍‌ରେ ନାହିଁ’

ଭୋପାଳ,୧୫।୯: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ପଦ ଦୌଡ଼ରେ ରହିବାକୁ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମନା କରି ଦେଇଛନ୍ତି। ମୁଁ ୨୦୧୮ରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଦୌଡରେ ନ ଥିଲି କି ଆଜି ନାହିଁ ବୋଲି ସିନ୍ଧିଆ ସ୍ପଷ୍ଟ କରିଛନ୍ତି। ୨୦୧୮ରେ ସିନ୍ଧିଆ କଂଗ୍ରେସରେ ଥିଲେ। ଏବେ ସେ ଭାଜପାରେ ଅଛନ୍ତି।
ସିନ୍ଧିଆ କହିଛନ୍ତି, ମୁଁ ୨୦୧୮ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ଦୌଡ଼ରେ ନ ଥିଲି କି ମୁଁ ଆଜି ନାହିଁ। ୨୦୧୮ ନିର୍ବାଚନରେ ବହୁତ କାମ କରିଥିଲି। ଯେତେବେଳେ ଫଳାଫଳ ଘୋଷଣା ହେଲା, କଂଗ୍ରେସ ହାଇକମାଣ୍ଡ ମୋତେ କହିଥିଲେ ଯେ କମଲ ନାଥଙ୍କୁ ମୁଖ୍ୟମନ୍ତ୍ରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ମୁଁ ଏହି ନିଷ୍ପତ୍ତିକୁ ସମର୍ଥନ କଲି। କିନ୍ତୁ ମୁଁ କେବେ ବି ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ନ ଥିଲି। ୨୦୨୦ରେ ସିନ୍ଧିଆ ଭାଜପାରେ ଯୋଗ ଦେଇଥିଲେ।
ତାଙ୍କ ପୁରୁଣା ଦଳ କଂଗ୍ରେସକୁ ଟାର୍ଗେଟ୍‌ କରି ସେ କହିଛନ୍ତି ଯେ,ଭାଜପାରେ ଦକ୍ଷତା ଏବଂ ଯୋଗ୍ୟତା ଆଧାରରେ ଟିକେଟ ଦିଆଯାଏ। କଂଗ୍ରେସ ପରି ଟିକେଟ ସୁପାରିଶ ଅନୁଯାୟୀ ଦିଆଯାଏ ନାହିଁ। ମୁଁ ବିରାଟ କୋହଲିଙ୍କ ପରି ରାଜନୀତି କରୁଛି। ତେଣୁ ଅତୀତ ପ୍ରତି ଧ୍ୟାନ ଦେବାକୁ ଚହେଁ ନାହିଁ। ମଧ୍ୟପ୍ରଦେଶରେ ୨୦୧୮ ରୁ ୨୦୨୦ ମଧ୍ୟରେ ୧୫ ମାସ ଧରି ‘ମିଥ୍ୟା ଓ ଲୁଟ’ ସରକାର ଚାଲିଥିଲା।
ମାର୍ଚ୍ଚ ୨୦୨୦ରେ ସିନ୍ଧିଆ ୨୨ ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ନେତୃତ୍ୱ ନେଇଥିଲେ। ଏହି ବିଧାୟକମାନେ ସିନ୍ଧିଆଙ୍କ ସହ ଭାଜପାରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri