Posted inଜାତୀୟ

ଚାଇନା ପ୍ରସଙ୍ଗରେ ଛାତି ଚଉଡା କରି ଆଲୋଚନା ପାଇଁ ମୁଁ ପ୍ରସ୍ତୁତ: ରାଜନାଥ

ନୂଆଦିଲ୍ଲୀ,୨୧।୯: ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଉପରେ ବିତର୍କ ଚାଲିଛି। ଗୁରୁବାର ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦି ଏଥିପାଇଁ ସମସ୍ତ ସାଂସଦଙ୍କୁ ଧନ୍ୟବାଦ ଦେଇଥିବା ବେଳେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ବିରୋଧୀଙ୍କ ସହଯୋଗକୁ ପ୍ରଶଂସା କରିଛନ୍ତି। ରାଜନାଥ ଭାଷଣ ଦେଉଥିବାବେଳେ କଂଗ୍ରେସ ବାରମ୍ବାର ଏହାକୁ ଭଣ୍ଡୁର କରିବାକୁ ଚେଷ୍ଟା କରିଥିଲା। ପରେ ପ୍ରତିରକ୍ଷା ମନ୍ତ୍ରୀ ଏହାର କଡ଼ା ଜବାବ ଦେଇଥିଲେ।
ମହିଳା ସଂରକ୍ଷଣ ବିଲ ପାଇଁ ରାଜନାଥ ସିଂ ଲୋକସଭାରେ ସାଂସଦମାନଙ୍କୁ ଧନ୍ୟବାଦ ଦେଉଥିବାବେଳେ କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀ ତାଙ୍କୁ ଅନେକ ଥର ବାଧା ଦେବାକୁ ଚେଷ୍ଟା କରିଥିଲେ। ଅଧୀର ରଂଜନ ଚାଇନା ଉପରେ ରାଜନାଥଙ୍କୁ ପ୍ରଶ୍ନ କରିବାକୁ ଚେଷ୍ଟା କରିଥିଲେ। ରାଜନାଥ ତାଙ୍କୁ ଗୋଟିଏ କିମ୍ବା ଦୁଇଥର ଏଡାଇ ଯାଇଥିଲେ। ତଥାପି ସେ ନ ମାନି ପ୍ରଶ୍ନ ପଚାରି ଚାଲିଥିଲେ। ଯେତେବେଳେ ଲଦାଖରେ ଚାଇନା ସହ ମୁହାଁମୁହିଁ ପ୍ରସଙ୍ଗରେ ଆଲୋଚନା କରିବାକୁ ସରକାରଙ୍କର ସାହସ ଅଛି କି ନାହିଁ ବୋଲି ଅଧୀର ରଂଜନ ପଚାରିଥିଲେ, ରାଜନାଥ ଏଥିରେ ଦ୍ୱିଧାବୋଧ ନ କରି କହିଥିଲେ, ଅଧୀର ରଂଜନ ଜୀ, ଇତିହାସକୁ ଯାଅ ନାହିଁ। ଆଲୋଚନା ମଧ୍ୟ ଚାଇନା ଉପରେ ହେବ। ଆପଣ ଯାହା କହିଛନ୍ତି ତାହା ଆମେ ଶୁଣିଛୁ, ବର୍ତ୍ତମାନ ଆମ କଥା ମଧ୍ୟ ଶୁଣ। ମୁଁ ଛାତି ଚଉଡା କରି ଆଲୋଚନା ପାଇଁ ପ୍ରସ୍ତୁତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri