Posted inଜାତୀୟ

ଚାଇନା ପ୍ରସଙ୍ଗରେ ଛାତି ଚଉଡା କରି ଆଲୋଚନା ପାଇଁ ମୁଁ ପ୍ରସ୍ତୁତ: ରାଜନାଥ

ନୂଆଦିଲ୍ଲୀ,୨୧।୯: ସଂସଦର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲ ଉପରେ ବିତର୍କ ଚାଲିଛି। ଗୁରୁବାର ଲୋକସଭାରେ ପ୍ରଧାନମନ୍ତ୍ରୀ ମୋଦି ଏଥିପାଇଁ ସମସ୍ତ ସାଂସଦଙ୍କୁ ଧନ୍ୟବାଦ ଦେଇଥିବା ବେଳେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ବିରୋଧୀଙ୍କ ସହଯୋଗକୁ ପ୍ରଶଂସା କରିଛନ୍ତି। ରାଜନାଥ ଭାଷଣ ଦେଉଥିବାବେଳେ କଂଗ୍ରେସ ବାରମ୍ବାର ଏହାକୁ ଭଣ୍ଡୁର କରିବାକୁ ଚେଷ୍ଟା କରିଥିଲା। ପରେ ପ୍ରତିରକ୍ଷା ମନ୍ତ୍ରୀ ଏହାର କଡ଼ା ଜବାବ ଦେଇଥିଲେ।
ମହିଳା ସଂରକ୍ଷଣ ବିଲ ପାଇଁ ରାଜନାଥ ସିଂ ଲୋକସଭାରେ ସାଂସଦମାନଙ୍କୁ ଧନ୍ୟବାଦ ଦେଉଥିବାବେଳେ କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀ ତାଙ୍କୁ ଅନେକ ଥର ବାଧା ଦେବାକୁ ଚେଷ୍ଟା କରିଥିଲେ। ଅଧୀର ରଂଜନ ଚାଇନା ଉପରେ ରାଜନାଥଙ୍କୁ ପ୍ରଶ୍ନ କରିବାକୁ ଚେଷ୍ଟା କରିଥିଲେ। ରାଜନାଥ ତାଙ୍କୁ ଗୋଟିଏ କିମ୍ବା ଦୁଇଥର ଏଡାଇ ଯାଇଥିଲେ। ତଥାପି ସେ ନ ମାନି ପ୍ରଶ୍ନ ପଚାରି ଚାଲିଥିଲେ। ଯେତେବେଳେ ଲଦାଖରେ ଚାଇନା ସହ ମୁହାଁମୁହିଁ ପ୍ରସଙ୍ଗରେ ଆଲୋଚନା କରିବାକୁ ସରକାରଙ୍କର ସାହସ ଅଛି କି ନାହିଁ ବୋଲି ଅଧୀର ରଂଜନ ପଚାରିଥିଲେ, ରାଜନାଥ ଏଥିରେ ଦ୍ୱିଧାବୋଧ ନ କରି କହିଥିଲେ, ଅଧୀର ରଂଜନ ଜୀ, ଇତିହାସକୁ ଯାଅ ନାହିଁ। ଆଲୋଚନା ମଧ୍ୟ ଚାଇନା ଉପରେ ହେବ। ଆପଣ ଯାହା କହିଛନ୍ତି ତାହା ଆମେ ଶୁଣିଛୁ, ବର୍ତ୍ତମାନ ଆମ କଥା ମଧ୍ୟ ଶୁଣ। ମୁଁ ଛାତି ଚଉଡା କରି ଆଲୋଚନା ପାଇଁ ପ୍ରସ୍ତୁତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri