Posted inଖେଳ

ଟି୨୦ ବିଶ୍ୱକପ୍‌ ପାଇଁ ମୁଁ ପ୍ରସ୍ତୁତ: କାର୍ତ୍ତିକ

କୋଲକାତା, ୨୧।୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଚମତ୍କାର ଫର୍ମରେ ଥିବା ଭେଟେରାନ ଉଇକେଟ କିପର ଦୀନେଶ କାର୍ତ୍ତିକ ପୁଣିଥରେ ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବା ଆଶା ହରାଇ ନାହାନ୍ତି। ଆସନ୍ତା ମାସରେ ଆମେରିକା ଓ ଓ୍ବେଷ୍ଟଇଣ୍ଡିଜରେ ହେବାକୁଥିବା ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳରେ ସାମିଲ ହେବା ପାଇଁ ସେ ଶତ ପ୍ରତିଶତ ପ୍ରସ୍ତୁତ ଥିବା ପ୍ରକାଶ କରିଛନ୍ତି।

ଜୁନ୍‌ ୧ରେ ବିଶ୍ୱକପ୍‌ ଆରମ୍ଭ ହେବା ବେଳକୁ କାର୍ତ୍ତିକଙ୍କୁ ୩୯ ବର୍ଷ ହୋଇଥିବ। ୨୦୨୨ରେ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଟି୨୦ ବିଶ୍ୱକପ ପାଇଁ ସେ ଭାରତୀୟ ଦଳର ସଦସ୍ୟ ଥିଲେ। ଭାରତ ପକ୍ଷରୁ ଶେଷଥର ପାଇଁ ସେ ଏହି ପ୍ରତିଯୋଗିତାରେ ପ୍ରତିନିଧିତ୍ୱ କରିଥିଲେ। ସେବେଠାରୁ ସେ କ୍ରିକେଟ ପଡ଼ିଆରୁ ଦୂରରେ ରହି କମେଣ୍ଟ୍ରିରେ ବ୍ୟସ୍ତ ରହୁଥିଲେ। ଚଳିତ ସିଜନରେ ଆଇପିଏଲ୍‌କୁ ପ୍ରତ୍ୟାବର୍ତ୍ତନ କରି ସେ ନିଜ ବ୍ୟାଟିଂକୁ ଭିନ୍ନ ଏକ ସ୍ତରକୁ ନେଇ ଯାଇଛନ୍ତି। ବିସ୍ଫୋରକ ବ୍ୟାଟିଂ କରି ସେ ନିଜ ଷ୍ଟ୍ରାଇକ୍‌ ହାରକୁ ୨୦୫ ଉପରେ ରଖିଛନ୍ତି।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ପାଇଁ ସେ ତୃତୀୟ ସର୍ବାଧିକ ରନ ସ୍କୋରର ମଧ୍ୟ ଅଛନ୍ତି। ୨୨୬ ରନ ସ୍କୋର କରି ସେ ବିରାଟ କୋହଲି (୩୬୧) ଓ ଅଧିନାୟକ ଫାଫ୍‌ ଡୁପ୍ଲେସି (୨୩୨)ଙ୍କ ପଛରେ ରହିଛନ୍ତି।
”ମୋ ଜୀବନର ଏହି ସ୍ଥିତିରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିପାରିଲେ ବହୁତ ବଡ଼ ଅନୁଭବ ହେବ। ମୁଁ ଏହା କରିବା ପାଇଁ ପ୍ରସ୍ତୁତ। ଟି୨୦ ବିଶ୍ୱକପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାଠାରୁ ମୋ ପାଇଁ ଆଉ ବଡ଼ କିଛି ନାହିଁ“ ବୋଲି କୋଲକାତା ନାଇଟ ରାଇଡର୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚ ପୂର୍ବରୁ ଉଇକେଟକିପର-ବ୍ୟାଟର ଏହା ପ୍ରକାଶ କରିଛନ୍ତି।

କାର୍ତ୍ତିକ ପ୍ରତିଦ୍ୱନ୍ଦ୍ୱୀ ଭାବେ ଉଭା ହୋଇଥିବାରୁ ଉଇକେଟକିପର ବ୍ୟାଟରଙ୍କ ପାଇଁ ପ୍ରତିଦ୍ୱନ୍ଦ୍ୱିତା ବଢ଼ି ଯାଇଛି। ଟିମ୍‌ ଇଣ୍ଡିଆ ମ୍ୟାନେଜମେଣ୍ଟ ସର୍ବାଧିକ ୨ ଖେଳାଳିଙ୍କୁ ଏହି ସ୍ଥାନ ପାଇଁ ବାଛି ପାରିବେ। ଭୟଙ୍କର ଦୁର୍ଘଟଣାରୁ ଫେରି ଏବେ ଆଇପିଏଲ୍‌ ଖେଳୁଥିବା ରିଷଭ ପନ୍ତ ଦିଲ୍ଲୀ କ୍ୟାପିଟାଲ୍ସର ନେତୃତ୍ୱ ନେଉଥିବାବେଳେ ସଞ୍ଜୁ ସାମସନ ରାଜସ୍ଥାନ ରୟାଲ୍‌ସ, ଇଶାନ କିଶନ ମୁମ୍ବାଇ ଇଣ୍ଡିଆନ୍ସ ଓ ଲୋକେଶ ରାହୁଲ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଛନ୍ତି। ଏ ସମସ୍ତେ ଉଇକେଟକିପର-ବ୍ୟାଟର ଦୌଡ଼ରେ ସାମିଲ ଅଛନ୍ତି। ବିଗ୍‌-ଥ୍ରୀ କୋଚ୍‌ ରାହୁଲ ଡ୍ରାଭିଡ, ଅଧିନାୟକ ରୋହିତ ଶର୍ମା ଓ ଚୟନ କମିଟି ମୁଖ୍ୟ ଅଜିତ ଅଗରକର ଯାହା ନିଷ୍ପତ୍ତି ନେବେ ତା’କୁ ସେ ସମ୍ମାନ ଦେବେ ବୋଲି କାର୍ତ୍ତିକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?