ଯାଜପୁରର ବିକାଶ ପାଇଁ ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ: ପ୍ରଣବ ପ୍ରକାଶ

ଝୁମ୍ପୁରୀ, ୩।୧୦(ସରୋଜ ନାୟକ): ଯାଜପୁରର ବିକାଶ ପାଇଁ ‘ମୁଁ ପୁଣି ଲଢ଼ିବାକୁ ପ୍ରସ୍ତୁତ’ ବୋଲି ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ ଘୋଷଣା କରିଛନ୍ତି। ଗାନ୍ଧୀ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ପକ୍ଷରୁ ବୁଧବାରଠାରୁ ଆରମ୍ଭ ହୋଇଥିବା ଜନସମ୍ପର୍କ ପଦଯାତ୍ରାରେ ସାମିଲ ହୋଇ ସେ ଏକଥା କହିଛନ୍ତି।

ଯାଜପୁର ଜିଲା ଦଶରଥପୁର ବ୍ଲକ୍‌ର କୁଆଁସ ମା’ ମଙ୍ଗଳାପୀଠରୁ ଆରମ୍ଭ ହୋଇଥିବା ପଦଯାତ୍ରାରେ ବହୁ କର୍ମୀ ସାମିଲ ହୋଇଥିଲେ। ଜିଲା ବିଜେଡି ସଭାପତି ସରୋଜ କୁମାର ମହାପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜନସମ୍ପର୍କ ସଭାରେ ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ମୁଖ୍ୟ ଅତିଥିଭାବେ ଯୋଗଦେଇ ପଦଯାତ୍ରାର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ସେ କହିଥିଲେ, ଯାଜପୁରର ବିକାଶରେ ବାଧା ସୃଷ୍ଟି କରିବାକୁ ଚକ୍ରାନ୍ତ ଚାଲିଛି। ଯାଜପୁରକୁ ଆଗକୁ ନେବାପାଇଁ ଯେତେ ବାଧାବିଘ୍ନ ଆସୁପଛେ ସେ ସବୁ ବାଧାବିଘ୍ନକୁ ସାମ୍ନା କରିବାକୁ ପ୍ରସ୍ତୁତ ଅଛନ୍ତି। ଯାଜପୁରର ବିକାଶ ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଯେତେବେଳେ ଯାହା ମାଗିଥିଲେ ସେ ଆଖିବୁଜି ସେସବୁ ଦେଇଛନ୍ତି। ସେଥିପାଇଁ ଯାଜପୁର ବିକାଶର ଶିଖରରେ ପହଞ୍ଚିଛି, ଯାହାକୁ କି ଭାଜପା ସରକାର ସହ୍ୟ କରିପାରୁନାହିଁ ବୋଲି ପ୍ରଣବ ପ୍ରକାଶ କହିଛନ୍ତି। ବିଧାନସଭା ନିର୍ବାଚନରେ ଯାଜପୁରବାସୀ ପୁଣିଥରେ ଆସ୍ଥା ପ୍ରକଟକରି ବିଜେଡି ପ୍ରାର୍ଥିନୀଙ୍କୁ ଏଠାରେ ବିଜୟୀ କରିଥିବାରୁ ସେ ଯାଜପୁରର ସମସ୍ତ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଅନ୍ୟତମ ଅତିଥିଭାବେ ଯାଜପୁର ବିଧାୟିକା ସୁଜାତା ସାହୁ ଯୋଗଦେଇ ବିଜେଡି ସରକାରକୁ ଲୋକେ ଏବେବି ଝୁରି ହେଉଛନ୍ତି ବୋଲି କହିଥିଲେ। ସମ୍ମାନିତ ଅତିଥିଭାବେ ପୂର୍ବତନ ଏମ୍‌ପି ଶର୍ମିଷ୍ଠା ସେଠୀ, ଦଶରଥପୁର ବ୍ଲକ୍‌ ଅଧ୍ୟକ୍ଷ ଦିଗାମ୍ବର ମଲ୍ଲିକ, ବିଜେଡି ନେତା କର୍ଣ୍ଣାଟ କେଶରୀ ଦାସ, ଜିଲା ପରିଷଦ ସଭ୍ୟ ପାର୍ଥସାରଥୀ ମହାପାତ୍ର, ବ୍ଲକ୍‌ ବିଜେଡି ସଭାପତି ଅଜୟ କୁମାର ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସମସ୍ତ ସରପଞ୍ଚ, ସମିତିସଭ୍ୟଙ୍କ ସହ ବହୁ ବରିଷ୍ଠ ନେତା ପଦଯାତ୍ରାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri