Posted inUncategorized

ମୁଁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି…ସଂସଦରେ କାହିଁକି ଏମିତି କହିଲେ ଅଖିଳେଶ

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନ ଚାଲିଛି। ଏହି ସମୟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ମହାକୁମ୍ଭ ମେଳାରେ ଘଟିଥିବା ଅଘଟଣକୁ ନେଇ ସଂସଦରେ ସରକାରଙ୍କୁ ସମାଲୋଚନା କରିଛନ୍ତି। କୁମ୍ଭରେ ମୃତକଙ୍କ ସଂଖ୍ୟା ପ୍ରକାଶ କରାଯାଉ ବୋଲି ଏସପି ସଭାପତି କହିଛନ୍ତି। ମୃତକଙ୍କ ପାଇଁ ସଂସଦରେ ୨ ମିନିଟ ନୀରବ ପ୍ରାର୍ଥନା କରାଯିବା ସହ ସର୍ବଦଳୀୟ ବୈଠକ ଡକାଯିବା ଦରକାର ବୋଲି ସେ କହିଛନ୍ତି।
ଅଖିଳେଶ ଯାଦବ ସଂସଦରେ ଯୋଗୀଙ୍କ ନେତୃତ୍ୱାଧୀନ ୟୁପି ସରକାରଙ୍କୁ ଘେରି କହିଛନ୍ତି, ୧୦୦ କୋଟି ଲୋକଙ୍କ ପାଇଁ ପ୍ରସ୍ତୁତି ହୋଇଛି ବୋଲି ପ୍ରଚାର କରାଯାଇଥିଲା ଏବଂ ଯଦି ସରକାର ମୋ ବୟାନକୁ ମିଥ୍ୟା ଘୋଷଣା କରନ୍ତି ଏବଂ ୧୦୦ କୋଟି ଲୋକଙ୍କ ପାଇଁ କୌଣସି ବ୍ୟବସ୍ଥା ନାହିଁ ବୋଲି ଦାବି କରନ୍ତି, ତେବେ ମୁଁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି । ଯେଉଁଠି ସରକାର ବଜେଟ ତଥ୍ୟ ଦେଉଛନ୍ତି, ସେଠାରେ ସଂଖ୍ୟା ଦେବା ପୂର୍ବରୁ ମହାକୁମ୍ଭରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସଂଖ୍ୟା ମଧ୍ୟ ପ୍ରଦାନ କରିବା ଦରକାର।
ଅଖିଳେଶ ମହାକୁମ୍ଭ ଘଟଣା ପାଇଁ ଦାୟୀ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। ଏହି ତଥ୍ୟକୁ କାହିଁକି ଲୁଚାଇ ରଖାଯାଇଛି ବୋଲି ସେ ସରକାରଙ୍କୁ ପ୍ରଶ୍ନ କରିଛନ୍ତି। ମହାକୁମ୍ଭ ମେଳା ପ୍ରଥମ ଥର ପାଇଁ ହେଉନାହିଁ; ଏହା ଶତାବ୍ଦୀ ଧରି ସଂଗଠିତ ହୋଇ ଆସୁଛି । ସରକାର ମହାକୁମ୍ଭର ବ୍ୟାପକ ପ୍ରଚାର କରିଛନ୍ତି ଏବଂ ଆମେ ଶୁଣିଆସୁଛୁ ଯେ ସରକାର ୧୦୦ କୋଟି ଲୋକଙ୍କ ଆସିବା ପାଇଁ ବ୍ୟବସ୍ଥା କରିଛନ୍ତି। ଯଦି ଏହା ମିଥ୍ୟା, ତେବେ ମୁଁ ଇସ୍ତଫା ଦେବାକୁ ପ୍ରସ୍ତୁତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri