ମୁଁ ଇସ୍ତଫା ଦେବାକୁ ପ୍ରସ୍ତୁତ…କାହିଁକି ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ବିରୋଧୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଇସ୍ତଫା ଦାବି କରିଛନ୍ତି। ଏହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତା’ହେଲେ ଶହେ ଥର ଇସ୍ତଫା ଦେବାକୁ ପ୍ରସ୍ତୁତ ବୋଲି କହିଛନ୍ତି। ଅନ୍ୟପକ୍ଷେ ମୃତକଙ୍କ ପରିବାରକୁ ନେଇ ରାଜନୀତିକୁ ପସନ୍ଦ କରେ ନାହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କହି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି।

ବଳଙ୍ଗା ପୀଡ଼ିତାଙ୍କ ଶେଷ ଦର୍ଶନ ପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଥିଲେ ଯେ, ସମୟକ୍ରମେ ସବୁ ସତ ସାମ୍ନାକୁ ଆସିବ। ପୀଡ଼ିତାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ସହଯୋଗ କରିଥିଲେ ହେଲେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ। ସେ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ପରିବାର ପ୍ରତି ଯାହା କରିବାର ଅଛି କରାଯିବ। ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଥିଲେ ଏବଂ ଅଛନ୍ତି। ପୋଲିସ ଉପରେ ଆପଣ ଭରସା ରଖନ୍ତୁ ଯାହା ସତ୍ୟ ତାହା ନିଶ୍ଚିତ ଭାବେ ପଦାକୁ ଆସିବ।

ସୂଚନାଯୋଗ୍ୟ, ଶନିବାର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ ବଳଙ୍ଗା ପୀଡ଼ିତା । ଏହାପରେ ମୃତଦେହ ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ବଳଙ୍ଗା ଥାନା ଅନ୍ତର୍ଗତ ପୈତୃକ ଗାଁ ବାୟାବରର ନୂଆ ଗୋପାଳପୁରକୁ ମୃତଦେହକୁ ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri