ମୁଁ ଇସ୍ତଫା ଦେବାକୁ ପ୍ରସ୍ତୁତ…କାହିଁକି ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୮: ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ବିରୋଧୀ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଇସ୍ତଫା ଦାବି କରିଛନ୍ତି। ଏହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତା’ହେଲେ ଶହେ ଥର ଇସ୍ତଫା ଦେବାକୁ ପ୍ରସ୍ତୁତ ବୋଲି କହିଛନ୍ତି। ଅନ୍ୟପକ୍ଷେ ମୃତକଙ୍କ ପରିବାରକୁ ନେଇ ରାଜନୀତିକୁ ପସନ୍ଦ କରେ ନାହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ କହି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି।

ବଳଙ୍ଗା ପୀଡ଼ିତାଙ୍କ ଶେଷ ଦର୍ଶନ ପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଥିଲେ ଯେ, ସମୟକ୍ରମେ ସବୁ ସତ ସାମ୍ନାକୁ ଆସିବ। ପୀଡ଼ିତାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ସହଯୋଗ କରିଥିଲେ ହେଲେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ। ସେ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ପରିବାର ପ୍ରତି ଯାହା କରିବାର ଅଛି କରାଯିବ। ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଥିଲେ ଏବଂ ଅଛନ୍ତି। ପୋଲିସ ଉପରେ ଆପଣ ଭରସା ରଖନ୍ତୁ ଯାହା ସତ୍ୟ ତାହା ନିଶ୍ଚିତ ଭାବେ ପଦାକୁ ଆସିବ।

ସୂଚନାଯୋଗ୍ୟ, ଶନିବାର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିଲେ ବଳଙ୍ଗା ପୀଡ଼ିତା । ଏହାପରେ ମୃତଦେହ ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ବଳଙ୍ଗା ଥାନା ଅନ୍ତର୍ଗତ ପୈତୃକ ଗାଁ ବାୟାବରର ନୂଆ ଗୋପାଳପୁରକୁ ମୃତଦେହକୁ ନିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?