‘ମୁଁ ଗାଁର ପ୍ରଥମ କଲେଜ ଯାଇଥିବା ଝିଅ’

ନୂଆଦିଲ୍ଲୀ/ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତ ଇତିହାସରେ ସୋମବାର ଯୋଡ଼ି ହୋଇଛି ଏକ ନୂତନ ଅଧ୍ୟାୟ। ଆଜି ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ। ପାର୍ଲାମେଣ୍ଟ ଭବନର ସେଣ୍ଟ୍ରାଲ ହଲ୍‌ରେ ଏହି ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହୋଇଥିଲା। ଆଜି ପୂର୍ବାହ୍ନ ୧୦ଟା ୧୫ ମିନିଟ୍‌ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ନେଇଛନ୍ତି। ୯ଟା ୨୨ରେ ଦ୍ରୌପଦୀ ନର୍ଥ କୋର୍ଟରେ ପହଞ୍ଚିଥିଲେ। ନର୍ଥ କୋର୍ଟରେ ତାଙ୍କୁ ସ୍ବାଗତ କରିଥିଲେ ରାଷ୍ଟ୍ରପତିଙ୍କ ଏଡିସି। ୯ଟା ୩୭ରେ ରାଷ୍ଟ୍ରପତିଙ୍କ ସାମରିକ ସଚିବ ସାଲ୍ୟୁଟ୍‌ ଦେଇଥିଲେ । ୯ଟା ୪୨ରେ ରାଷ୍ଟ୍ରପତି କୋବିନ୍ଦ ଓ ଦ୍ରୌପଦୀ ଦରବାର ହଲ୍‌କୁ ଯାଇଥିଲେ ।

୧୦ଟା ୦୩ରେ ରାଜ୍ୟ ସଭା ଅଧ୍ୟକ୍ଷ, ଲୋକ ସଭା ବାଚସ୍ପତି ଓ ପ୍ରଧାନ ବିଚାରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ବାଗତ କରିିଥିଲେ। ୧୦ଟା ୧୪ରେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ୍‌ ଭି ରମନା ଦ୍ରୌପଦୀ ମୁର୍ମୁଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ୧୦ଟା ୧୪ରେ ଶପଥ ପରେ ନୂଆ ରାଷ୍ଟ୍ରପତିଙ୍କ ପାଇଁ କୋବିନ୍ଦ ଆସନ ଛାଡ଼ିଥିଲେ। ଶପଥ ନେବା ପରେ ୧୦ଟା ୧୮ରେ ଶପଥ ରେଜିଷ୍ଟରରେ ଦ୍ରୌପଦୀ ଦସ୍ତଖତ କରିଥିଲେ। ୧୦ଟା ୧୮ରେ ଗୃହ ସଚିବ ଘୋଷଣାନାମା ଜାରି କରିଥିଲେ। ସମସ୍ତଙ୍କୁ ଜୁହାର କରି ଦ୍ରୌପଦୀ ତାଙ୍କ ଅଭିଭାଷଣ ରଖିଥିଲେ। ଏହି ଅଭିଭାଷଣରେ ସେ କହିଥିଲେ, ଓଡ଼ିଶାର ଏକ ଆଦିବାସୀ ଗାଁରୁ ଆରମ୍ଭ ହୋଇଛି ମୋ’ ଯାତ୍ରା। ପ୍ରଥମେ କଲେଜ ଯାଇଥିବା ଝିଅ ମୁଁ। କାଉନସିଲରରୁ ରାଷ୍ଟ୍ରପତି ହେବା ସୌଭାଗ୍ୟ ମିଳିଛି। ମୋତେ ଏଯାଏ ଗଣତନ୍ତ୍ରର ଶକ୍ତି ଆଣିଥିବା ପରି ଅନେକ ହୃଦୟର କଥା କହିଛନ୍ତି। ସମସ୍ତେ ଆଜି ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଗର୍ବ ଅନୁଭବ କରୁଛନ୍ତି।

ଏହି ଶପଥପାଠ କାର୍ଯ୍ୟକ୍ରମରେ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଲୋକ ସଭା ଏବଂ ରାଜ୍ୟ ସଭାର ଅଧ୍ୟକ୍ଷ ଉପସ୍ଥିତ ଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ଏମ୍‌ପି ଉପସ୍ଥିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri