Posted inଖେଳ

ବ୍ୟାଟିଂ କରୁଥିବା ସମୟରେ କେ.ଏଲ୍‌. ରାହୁଲଙ୍କୁ କ୍ଷମା ମାଗିଥିଲେ ମ୍ୟାକ୍ସଓ୍ବେଲ, କାରଣ ଜାଣିଲେ..

ନୂଆଦିଲ୍ଲୀ,୨୮।୧୧: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଶୁକ୍ରବାର ଭାରତ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଜବରଦସ୍ତ ବ୍ୟାଟିଂ କରିଥିଲେ। ମାତ୍ର ୧୯ ବଲରେ ସେ ୪୫ ରନ୍‌ କରି ସମସ୍ତଙ୍କୁ ଚକିତ କରିଥିଲେ। ତେବେ ନିକଟରେ ଶେଷ ହୋଇଥିବା ଆଇପିଏଲ୍‌ରେ କିନ୍ତୁ ମାକ୍ସଓ୍ବେଲ ସେତେଟା ଭଲ ଖେଳି ନ ଥିଲେ। ସେହିଭଳି ଓ୍ବେଷ୍ଟଇଣ୍ଡିଜ୍‌ ଅଲରାଉଣ୍ଡର ଜିମି ନିଶମ ମଧ୍ୟ ଆଇପିଏଲ୍‌ରେ ଭଲ ପ୍ରଦର୍ଶନକରି ନ ଥିଲେ। ହେଲେ ନ୍ୟୁଜିଲାଣ୍ଡ ବିପକ୍ଷରେ ଦଳ ପକ୍ଷରୁ ଟି-୨୦ ମ୍ୟାଚ୍‌ ଖେଳି ୨୪ ବଲ୍‌ରେ ୪୮ ରନ୍‌ କରିଥିଲେ। ଫଳରେ କିଙ୍ଗ୍ସ ଇଲେଭେନ୍‌ ପଞ୍ଜାବର ପ୍ରଶଂସକମାନେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ଉଭୟଙ୍କୁ ପ୍ରଦର୍ଶନକୁ ନେଇ ସୋସିଆଲ ମିଡିଆରେ ଭଳିକି ଭଳି ମେମେ କରାଯାଉଥିବା ବେଳେ ସେମାନଙ୍କୁ ଟ୍ରୋଲ ମଧ୍ୟ କରାଯାଉଛି। ସେଥିରୁ ଜଣେ ବ୍ୟବହାରକାରୀ ଏକ ପୋଷ୍ଟରେ ଟ୍ୟାଗ୍‌ କରି ପଞ୍ଜାବର ଅଧିନାୟକ ଥିବା କେ.ଏଲ୍‌. ରାହୁଲ କେତେ ନିରାଶ ହୋଇଥିବେ ତାହା କହିଥିଲେ। ଏହାର ଜବାବ ଦେଇ ମ୍ୟାକ୍ସଙ୍କ ସହ ପୋଷ୍ଟ ଶେୟାର କରିଥିଲେ। ପରେ ମାକ୍ସ ପ୍ରତିଉତ୍ତରରେ ବ୍ୟାଟିଂ କରୁଥିବା ସମୟରେ ଉଇକେଟକିପର ଥିବା ରାହୁଲଙ୍କୁ କ୍ଷମା ମାଗିଥିବା କହିଛନ୍ତି। ତେବେ ଦୁର୍ବଳ ବୋଲିଂ ଯୋଗୁ ଟିମ୍‌ଇଣ୍ଡିଆକୁ ପରାସ୍ତ କରି ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ରେ ଅଗ୍ରଣୀ ଲାଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri