ସରୁନି ବିଜୁ ସେତୁ ନିର୍ମାଣ କାର୍ଯ୍ୟ

ବ୍ରହ୍ମବରଦା,୧୮ା୭: (ଯଯାତି କେଶରୀ ବେହେରା): ଯାଜପୁର ବ୍ଲକ୍‌ ଅନ୍ତର୍ଗତ ଝାଲପଡ଼ା ଓ ରୁଦ୍ରପୁର ପଞ୍ଚାୟତବାସୀଙ୍କ ଗମନାଗମନର ସମସ୍ୟା ଦୀର୍ଘ ଦିନ ହେବ ଲାଗି ରହିଛି। ଝାଲପଡ଼ାରୁ ବ୍ରହ୍ମବରଦାକୁ ସଂଯୋଗ ପାଇଁ ୨୪ା୧୨ା୨୦୧୬ରୁ ବ୍ରହ୍ମବରଦାଠାରେ ବ୍ରାହ୍ମଣୀ ନଦୀରେ ୧୦ କୋଟି ୪୨ ଲକ୍ଷ ୩୯ ହଜାର ୨୭୦ ଟଙ୍କା ବ୍ୟୟ ଅଟକଳରେ ଆରମ୍ଭ ହୋଇଥିବା ବିଜୁ ସେତୁର ନିର୍ମାଣ କାର୍ଯ୍ୟ ଏ ପର୍ଯ୍ୟନ୍ତ ସରିପାରୁନାହିଁ। କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ି ରହିଛି। ଏହି ସେତୁ ନିର୍ମାଣ ହେଲେ କାକୁଡ଼ିକୁଦ, ଝାଲପଡ଼ା, ବାଗସାହି, ସିଠାଲୋଇ ଓ ରୁଦ୍ରପୁର ଅଞ୍ଚଳର ଲୋକଙ୍କ ଯାତାୟାତ ସୁଗମ ହେବ। ସେମାନେ ବ୍ରହ୍ମବରଦାସ୍ଥିତ ହାଟ, ବଜାର, ବ୍ୟାଙ୍କ ଏବଂ ଛାତ୍ରୀଛାତ୍ର କଲେଜକୁ ପ୍ରତିଦିନ ଯିବା ଆସିବା କରିଥାନ୍ତି। ତେଣୁ ଯାତାୟାତ ପାଇଁ ନଦୀରେ ଗ୍ରାମବାସୀଙ୍କ ଦ୍ୱାରା ନିର୍ମିତ ହୋଇଥିବା ଅସ୍ଥାୟୀ ବାଉଁଶ ପୋଲ ଉପରେ ନିର୍ଭର କରୁଛନ୍ତି। ହେଲେ ବର୍ଷା ଦିନରେ ନଦୀର ଜଳସ୍ତର ବୃଦ୍ଧି ପାଉଥିବାରୁ ବାଉଁଶ ପୋଲ ଦେଇ ଯାତାୟାତ କରିବା ସମ୍ଭବ ହେଉନାହିଁ। ଫଳରେ ଲୋକେ ୫ କି.ମି. ରାସ୍ତା ବୁଲି ବ୍ରହ୍ମବରଦାକୁ ଆସୁଛନ୍ତି। ଆଉ କେତେଜଣ ଲୋକ ଯିବା ଆସିବା ପାଇଁ ହୁଲି ଡ଼ଙ୍ଗା ଉପରେ ନର୍ଭର କରୁଛନ୍ତି। ବିଜୁ ସେତୁଟି କାକୁଡ଼ିକୁଦ ପଟୁ ୭ ପିଲାର(ଖୁଣ୍ଟ)କାର୍ଯ୍ୟ ସମାପ୍ତ ହୋଇଥିବାବେଳେ ବ୍ରହ୍ମବରଦା ପଟୁ ଶେଷ ଖୁଣ୍ଟ ପଡ଼ି ପାରୁ ନ ଥିବାରୁ ନିର୍ମାଣ କାର୍ଯ୍ୟ ଧିମେଇ ଯାଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ତେବେ କେଉଁଦିନ ନିର୍ମାଣ କାର୍ଯ୍ୟ ସମାପ୍ତ ହେବ ଓ ସୁରୁଖୁରୁରେ ଲୋକେ ଯାତାୟାତ କରିବେ ତାହାକୁ ନେଇ ଅଞ୍ଚଳବାସୀଙ୍କ ମନରେ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେଣୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ସେତୁ କାର୍ଯ୍ୟ ଶେଷ କରିବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri