Posted inଖେଳ

ଓ୍ବାଙ୍ଖଡେର ମାହୋଲ ଲୋମଟାଙ୍କୁରା ମୂହୂର୍ତ୍ତ ଥିଲା: ଡେଭିଡ୍‌ ବେକ୍‌ହାମ

ମୁମ୍ବାଇ,୧୬ା୧୧: ଇଂଲଣ୍ଡ ଫୁଟବଲ ତାରକା ଡେଭିଡ୍‌ ବେକ୍‌ହାମ ପ୍ରଥମ ଥର ଭାରତ ଗସ୍ତରେ ରହିଥିବା ବେଳେ ୨୦୨୩ ଦିନିକିଆ କ୍ରିକେଟ୍‌ ବିଶ୍ୱକପର ପ୍ରଥମ ସେମି ଫାଇନାଲ ଦେଖିଥିଲେ। ଏହାର ଗୋଟିଏ ଦିନ ପରେ ବିସିସିଆଇ ପକ୍ଷରୁ ବେକ୍‌ହାମଙ୍କ ଏକ ଭିଡିଓ ରିଲିଜ୍‌ କରାଯାଇଛି।

ଭିଡିଓରେ ସେ ଓ୍ବାଙ୍ଖଡେ ଷ୍ଟାଡିୟମର ଦର୍ଶକଙ୍କୁ ବେଶ୍‌ ପ୍ରଶଂସା କରିଛନ୍ତି। ଓ୍ବାଙ୍ଖଡେର ଦର୍ଶକୀୟ ଅନୁଭୂତିକୁ ସେ ଅନନ୍ୟ ବୋଲି ବର୍ଣ୍ଣନା କରିଛନ୍ତି। ଏହି ମ୍ୟାଚ ଦେଖିବା ପୂର୍ବରୁ କେବଳ ଫୁଟବଲରେ ଦର୍ଶକଙ୍କ ଏଭଳି ରୂପ ଦେଖିଥିଲି। ତେବେ ଏହି ମ୍ୟାଚ ଦେଖିବା ପରେ ମୁଁ ବର୍ତ୍ତମାନ ଦ୍ୱନ୍ଦ୍ୱରେ ରହିଛି ବୋଲି ବେକହାମ ଭିଡିଓରେ କହିଛନ୍ତି। ଭାରତୀୟ କ୍ରିକେଟର କିମ୍ବଦନ୍ତୀ ସଚିନ୍‌ ତେନ୍ଦୁଲକରଙ୍କ ସହିତ ଗ୍ରାଉଣ୍ଡରେ ପ୍ରବେଶ କରିବା ସମୟରେ ଦର୍ଶକ ଯେଉଁଭଳି ଚିୟର କରୁଥିଲେ ତାହା ଫୁଟବଲ ମ୍ୟାଚକୁ ମଧ୍ୟ ପଛରେ ଛାଡିଦେବା ଭଳି ମନେ ହେଉଥିଲା। ଓ୍ବାଙ୍ଖଡେର ମାହୋଲ ତାଙ୍କ ପାଇଁ ଲୋମଟାଙ୍କୁରା ମୂହୂର୍ତ୍ତ ଥିଲା ବୋଲି ମାଞ୍ଚେଷ୍ଟର ୟୁନାଇଟେଡ ଓ ରିୟଲ ମାଡ୍ରିଡ୍‌ର ପୂର୍ବତନ ତାରକା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

ଭିଭିଏସ ଲକ୍ଷ୍ମଣଙ୍କୁ ଗୌତମ ଗମ୍ଭୀରଙ୍କ ଠାରୁ ମଧ୍ୟ ଉଚ୍ଚ ପଦବୀ ପ୍ରଦାନ କରିବ ବିସିସିଆଇ, ଜାଣନ୍ତୁ କ’ଣ ଏହି…

ନୂଆଦିଲ୍ଲୀ,୧୪।୮: ବିସିସିଆଇ ପୂର୍ବତନ ଷ୍ଟାଇଲିସ ଭାରତୀୟ ବ୍ୟାଟ୍ସମ୍ୟାନ ଏବଂ ସେଣ୍ଟର ଅଫ ଏକ୍ସିଲେନ୍ସ (COE)ର ବର୍ତ୍ତମାନର ମୁଖ୍ୟ – ଭିଭିଏସ ଲକ୍ଷ୍ମଣଙ୍କୁ କ୍ରିକେଟ ନିର୍ଦ୍ଦେଶକ ଭାବରେ ନିଯୁକ୍ତ…

ରୋଜଗାର ଦେଇଛି ମୂର୍ତ୍ତି କାରିଗରୀ: ୯ ଜଣଙ୍କୁ ରୋଜଗାରର ବାଟ ଦେଖାଇଛନ୍ତି ତିରନ

କର୍ଲାମୁଣ୍ଡା,୧୪।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାଠାରୁ ୧ କିଲୋମିଟର ଦୂରରେ ରହିଛି କର୍ଲାମୁଣ୍ଡା (ବସ୍ତି)। ଏହି ଗାଁରେ ରୁହନ୍ତି ଶିଳ୍ପୀ ଟିରନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri