ମୁଁ କୋହଲିଙ୍କ ସହ ବ୍ୟାଟିଂ କରିପାରିବି ନାହିଁ; କାହିଁକି ଏମିତି କହିଲେ ମାକ୍ସଓ୍ବେଲ୍‌

ପୁଣେ,୬।୫:ଆଇପିଏଲ ୨୦୨୨ର ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ବ୍ୟାଟ୍ସମ୍ୟାନ୍‌ ଗ୍ଲେନ୍‌ ମାକ୍ସଓ୍ବେଲ୍‌ ରନଆଉଟ୍‌ ହୋଇଥିଲେ। ଏହି ସମୟରେ ତାଙ୍କ ସହ କ୍ରିଜ୍‌ରେ ଥିଲେ ବିରାଟ କୋହଲି। ମ୍ୟାଚ୍‌ ପରେ ମାକ୍ସଓ୍ବେଲ୍‌ ଥଟ୍ଟା କରି ବିରାଟ କୋହଲିଙ୍କ ସହ ଆଉ ବ୍ୟାଟିଂ କରିପାରିବି ନାହିଁ ବୋଲି କହିଛନ୍ତି। କାରଣ ସେ ଦ୍ରୁତ ଭାବରେ ଦୌଡନ୍ତି। ଆଇପିଏଲ ୨୦୨୨ର ଚଳିତ ସିଜନରେ କୋହଲି ଏବଂ ମ୍ୟାକ୍ସୱେଲଙ୍କ ବ୍ୟାଟିଂ ଯୋଡି ଦୁଇଥର ରନ ଆଉଟ ହୋଇଛନ୍ତି। ଉଭୟ ସମୟରେ କୋହଲି ଶୀଘ୍ର ରନ୍‌ ନେବାକୁ ଚେଷ୍ଟା କରି ନିଜେ ବିପଦରେ ପଡିବା ସହ ସାଥୀ ଖେଳାଳି ବିପଦରେ ପକାଇଥାନ୍ତି।
ଗତ ବୁଧବାର ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ମ୍ୟାଚର ନବମ ଓଭରରେ କୋହଲି ଗୋଟିଏ ରନ୍‌ ନେବାକୁ ଚେଷ୍ଟା କରିଥିଲେ କିନ୍ତୁ ଅନ୍ୟ ପାର୍ଶ୍ୱରେ ଠିଆ ହୋଇଥିବା ମ୍ୟାକ୍ସୱେଲ କ୍ରିଜରେ ପହଞ୍ଚିବାରେ ବିଫଳ ହୋଇଥିଲେ ଏବଂ ସେ ମାତ୍ର ତିନି ରନ ସ୍କୋର କରିବା ପରେ ପାଭିଲିୟନକୁ ଫେରିଥିଲେ। ଏହାପୂର୍ବରୁ ଏପ୍ରିଲ ୧୬ରେ, ଦିଲ୍ଲୀ ବିପକ୍ଷ ମ୍ୟାଚରେ ମ୍ୟାକ୍ସୱେଲ ରନ ନେବାକୁ ମନା କରିବା ସତ୍ତ୍ୱେ କୋହଲି ଗୋଟିଏ ରନ୍‌ ନେବାକୁ ଚେଷ୍ଟା କରି ରନ୍‌ ଆଉଟ୍‌ ହୋଇଥିଲେ। ମ୍ୟାଚ୍‌ ପରେ ଏକ ସାକ୍ଷାତକାରରେ ମ୍ୟାକ୍ସୱେଲ ଥଟ୍ଟା କରି କୋହଲିଙ୍କୁ କହିଥିଲେ, ମୁଁ ତୁମ ସହ ବ୍ୟାଟିଂ କରିପାରିବି ନାହିଁ। ତୁମେ ବହୁତ ଦ୍ରୁତ ଗତିରେ ଦୌଡ। ସୂଚନାଯୋଗ୍ୟ,କୋହଲି ଟି-୨୦ରେ ୧୫ଥର ରନ୍‌ଆଉଟ୍‌ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

ସ୍ଥିର ଗୁଣବତ୍ତା ବିଶ୍ୱସନୀୟତାକୁ ଦୃଢ଼ କରେ

୧୬ ବର୍ଷରୁ ଅଧିକ ସମୟ ଧରି ଭୁବନେଶ୍ୱରରେ ପ୍ରତିଷ୍ଠିତ ‘ଏକରରାଇଜ୍‌ ପ୍ରମୋଟର୍ସ ପ୍ରା. ଲି.’ ଓଡ଼ିଶାର ଆବାସିକ ରିୟଲ ଇଷ୍ଟେଟ୍‌ ପରିଦୃଶ୍ୟକୁ ପରିବର୍ତ୍ତନ କରିବାରେ ଆଗରେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri