Posted inଜାତୀୟ

‘ମୋତେ ଗିରଫ କରି ଦେଖାଉ ଭାଜପା’

କୋଲକାତା,୨୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଭାଜପାକୁ ଟାର୍ଗେଟ କରି ବର୍ଷିଛନ୍ତି। ସେ କହିଛନ୍ତି, ଦେଶର ନିର୍ବାଚିତ ସରକାରମାନଙ୍କୁ ଭାଙ୍ଗିବାକୁ ଉଦ୍ୟମ କରାଯାଉଛି। ନିର୍ବାଚିତ ରାଜ୍ୟସରକାରଙ୍କୁ ହଟାଇବା ପାଇଁ ଭାଜପା ସିବିଆଇ, ଇଡି ଅସ୍ତ୍ର ଏବଂ କଳାଧନର ବ୍ୟବହାର କରୁଛି। ଭାଜପା ଏହି ପ୍ରଶ୍ନର ଉତ୍ତର ଦେଉ କି ନିର୍ବାଚିତ ସରକାରଙ୍କୁ ହଟାଇବା ପାଇଁ ତା’ପାଖରେ ଟଙ୍କା କେଉଁଠୁ ଆସୁଛି। ସୂଚନାଯୋଗ୍ୟ, ଟିଏମ୍‌ସି ଛାତ୍ର ସଂଗଠନର ସ୍ଥାପନା ଦିବସ ଅବସରରେ ଆୟୋଜିତ ହୋଇଥିବା ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇ ଭାଜପା ଉପରେ ବର୍ଷି ଥିଲେ। ସେ କହିଛନ୍ତି, ଭାଜପାର ନେତା ‘ବେଟି ବଚାଓ’ ନାରା ଦେଉଛନ୍ତି। କିନ୍ତୁ ବିଲକିସ୍‌ ବାନୋ ମାମଲାରେ ଜଡିତ ଥିବା ଲୋକଙ୍କୁ ତାଙ୍କ ସରକାର କାହିଁକି ରକ୍ଷାକ କରୁଛନ୍ତି। ଏତଦ୍‌ ବ୍ୟତୀତ ତାଙ୍କ ଦଳ ଟିଏମ୍‌ସି ବିରୋଧରେ ଲାଗିଥିବା ଦୁର୍ନୀତି ଅଭିଯୋଗରେ ମମତା ବାନାର୍ଜୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯଦି ସମ୍ଭବ ଭାଜପା ମୋତେ ଗିରଫ କରୁ ମୁଁ ଖୋଲା ଚ୍ୟାଲେଞ୍ଜ କରୁଛି। ମୋତେ ଜେଲ୍‌ରେ ବନ୍ଦ କରି ରଖାଯାଇପାରିବ କିନ୍ତୁ ମୋ ସ୍ବର ଚପାଯାଇପାରିବ ନାହିଁ। ମୁଁ ଜେଲ୍‌ରୁ ଯୁଦ୍ଧ କରିବି ଏବଂ ଜିତିବି ବୋଲି ମମତା କହିଛନ୍ତି। କେବଳ ଏତିକି ନୁହେଁ, ଆଗାମୀ ଦିନରେ ଆହୁରି ଟିଏମ୍‌ସି ନେତା ଓ ମନ୍ତ୍ରୀଙ୍କୁ ଗିରଫ କରାଯିବା ନେଇ ମୁଖ୍ୟମନ୍ତ୍ରୀ ଆଶଙ୍କା ବ୍ୟକ୍ତ କରିଛନ୍ତି। ଲୋକଙ୍କ ସ୍ବାଧୀନତାକୁ ଛଡ଼ାଇବା ପାଇଁ ପେଗାସସ୍‌ ବ୍ୟବହାର କରାଯାଉଛି। ଲୋକଙ୍କ ଘରୁ ଟଙ୍କା ଲୁଟିବା ପାଇଁ ଭାଜପା ଇଡି ଏବଂ ସିବିଆଇ ବ୍ୟବହାର କରୁଛି ବୋଲି ମମତା କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri