Posted inଜାତୀୟ

ସିବିଆଇ, ଇଡିର ଦୁରୁପଯୋଗ ପଛରେ ମୋଦିଙ୍କ ହାତ ଥିବା ବିଶ୍ୱାସ ହେଉନି: ମମତା

କୋଲକାତା,୨୦।୯: ପଶ୍ଚିମବଙ୍ଗରେ କେନ୍ଦ୍ରୀୟ ସଂସ୍ଥାଗୁଡ଼ିକର ଦୁରୁପଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦାୟୀ ବୋଲି ସେ ବିଶ୍ୱାସ କରୁ ନ ଥିବା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର କହିଛନ୍ତି। ତେବେ କେତେଜଣ ଭାଜପା ନେତା ନିଜ ସ୍ବାର୍ଥକୁ ଚରିତାର୍ଥ କରିବା ଲାଗି ସିବିଆଇ, ଇଡି ଭଳି ସଂସ୍ଥାର ଅପବ୍ୟବହାର କରୁଥିବା ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ଅଭିଯୋଗ କରିଛନ୍ତି। କେନ୍ଦ୍ର ସରକାରଙ୍କ ଏଜେଣ୍ଡା ସହ ନିଜ ଦଳର ସ୍ବାର୍ଥ ଯେପରି ଯୋଡ଼ି ନ ହୁଏ, ତାହା ପ୍ରଧାନମନ୍ତ୍ରୀ ସୁନିଶ୍ଚିତ କରାଇବାକୁ ମମତା ଅନୁରୋଧ କରିଛନ୍ତି। ସୂଚନାଯୋଗ୍ୟ, ସୋମବାର ଇଡି ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କର ୪୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କରିଥିବାବେଳେ ମମତାଙ୍କ ଏଭଳି ମନ୍ତବ୍ୟ ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। କେନ୍ଦ୍ରୀୟ ସଂସ୍ଥାଗୁଡ଼ିକର ଅତିରିକ୍ତ ବ୍ୟବହାର ଉପରେ ବିଧାନସଭାରେ ଅଣାଯାଇଥିବା ପ୍ରସ୍ତାବର ଆଲୋଚନା ବେଳେ ଟିଏମ୍‌ସି ନେତ୍ରୀ ଉପରୋକ୍ତ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri