ଦୁଃଖ ପ୍ରକାଶ କରିବାକୁ ମୋ ପାଖେ ଶବ୍ଦ ନାହିଁ, କାହିଁକି ଏମିତି କହିଲେ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ

ଜେନେଭା,୧।୪: ଇସ୍ରାଏଲର ସେନା ଗାଜାର ଏକ ହସ୍ପିଟାଲ ଉପରେ ଏୟାର ଷ୍ଟ୍ରାଇକ କରିଛି। ଏହି ଆକ୍ରମଣରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଇସ୍ରାଏଲ ଆକ୍ରମଣ ମଧ୍ୟରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମହାନିର୍ଦ୍ଦେଶକ ଟେଡ୍ରୋସ ଗେବ୍ରେୟେସସ୍‌ ଗାଜାର ଅଲ-ଶିଫା ହସ୍ପିଟାଲ ଉପରେ ଆକ୍ରମଣ ପରେ ପରିସ୍ଥିତିକୁ ନେଇ ଦୁଃଖ ପ୍ରକାଶ କରିଥିଲେ। ସେ ଲେଖିଛନ୍ତି, ହସ୍ପିଟାଲ ଉପରେ ଆକ୍ରମଣ ପରଠାରୁ ସେଠାରେ ଅବସ୍ଥା ଅତ୍ୟନ୍ତ ଖରାପ ହୋଇପଡିଛି। ଏନେଇ ଦୁଃଖ ପ୍ରକାଶ କରିବାକୁ ତାଙ୍କର କୌଣସି ଶବ୍ଦ ନାହିଁ।
ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ସୋସିଆଲ ମିଡିଆରେ ଶେୟାର କରିଥିବା ଏକ ପୋଷ୍ଟରେ ଲେଖିଛନ୍ତି, ରୋଗୀ ହସ୍ପିଟାଲ ପରିସରରେ ଅଛନ୍ତି, ଯେଉଁମାନେ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବର ସମ୍ମୁଖୀନ ହେଉଛନ୍ତି। ସ୍ବାସ୍ଥ୍ୟ ସହାୟତା, ଚିକିତ୍ସା ସେବା ଏବଂ ଯୋଗାଣର ଘୋର ଅଭାବ ରହିଛି। ହସ୍ପିଟାଲରେ ଥିବା ରୋଗୀଙ୍କ ମଧ୍ୟରୁ ଚାରିଜଣ ଶିଶୁ ଏବଂ ଅନ୍ୟ ୨୮ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି ଏବଂ ଲୋକମାନେ ଡାଏପର, ପରିସ୍ରା ବ୍ୟାଗ ଏବଂ ପାଣି ଭଳି ମୌଳିକ ସାମଗ୍ରୀର ଅଭାବର ସମ୍ମୁଖୀନ ହେଉଛନ୍ତି।
ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ଦାବି କରିଛନ୍ତ, ଗତକାଲି ଡାକ୍ତରଖାନାର ପ୍ରତ୍ୟେକ ୧୫ ରୋଗୀଙ୍କ ପାଇଁ କେବଳ ଗୋଟିଏ ବୋତଲ ପାଣି ଉପଲବ୍ଧ ଥିଲା। ଖାଦ୍ୟ ମଧ୍ୟ ବହୁତ ସୀମିତ ଏବଂ ଏହା ମଧୁମେହ ପରି ରୋଗୀଙ୍କ ପାଇଁ ସାଂଘାତିକ ପ୍ରମାଣିତ ହୋଇପାରେ। ତୁରନ୍ତ ଅସ୍ତ୍ରବିରତି ପାଇଁ ଟେଡ୍ରୋସ ଇସ୍ରାଏଲକୁ ନିବେଦନ କରିଛନ୍ତି। ସେ ଲେଖିଛନ୍ତି, ଆମେ ଦୋହରାଉଛୁ ଯେ ଅସ୍ତ୍ରବିରତି ପାଇଁ ନିଷ୍ପତ୍ତି ନିଆଯାଉ। ପ୍ରତ୍ୟେକ ମୁହୂର୍ତ୍ତ ମୂଲ୍ୟବାନ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?