Posted inଜାତୀୟ

‘ମୁଁ ସିନ୍ଧେଙ୍କୁ ଶିବସୈନିକ ଭାବୁନାହିଁ’

ମୁମ୍ବାଇ,୧।୭: ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେଙ୍କୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଘୋଷଣା କରାଯାଇଛି। ଏହାର ଗୋଟିଏ ଦିନ ପରେ ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ଭାରତୀୟ ଜନତା ପାର୍ଟିକୁ ଟାର୍ଗେଟ କରିଛନ୍ତି। ସଞ୍ଜୟ ରାଉତ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ମୁଁ ସିନ୍ଧେଙ୍କୁ ଶିବସୈନିକ ବୋଲି ଭାବୁ ନାହିଁ ଏବଂ ଭାଜପା ଜଣେ ଶିବସୈନିକଙ୍କୁ ମୁଖ୍ୟମନ୍ତ୍ରୀ କରିନାହିଁ। ଏହା ସହିତ ଶିବସେନାକୁ ଭାଙ୍ଗିବା ପାଇଁ ଯୋଜନା ଅଛି ବୋଲି ସେ ଅଭିଯୋଗ କରିଛନ୍ତି। ଏହାଦ୍ୱାରା ଶିବସେନା ସଂଗଠନ କଦାପି ଦୁର୍ବଳ ହେବ ନାହିଁ। ଏକନାଥ ଏବଂ ଭାଜପା ମଧ୍ୟରେ ଏକ ଚୁକ୍ତି ହୋଇସାରିଛି। ନୂତନ ସରକାର ଭଲ କାମ କରିବା ଉଚିତ୍‌।
ସୂଚନାଯୋଗ୍ୟ, ଗୁରୁବାର ଶିବସେନା ବିଦ୍ରୋହୀ ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାବେଳେ ଦେବେନ୍ଦ୍ର ଫଡନବିସ୍‌ ଉପମୁଖ୍ୟମନ୍ତ୍ରୀ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲେ ନାହିଁ ଭାଜପା ଅତିଥି, ଏନ୍‌ଏସି ଅଧ୍ୟକ୍ଷ କଲେ ଗୋଷ୍ଠୀକେନ୍ଦ୍ର ଉଦ୍‌ଘାଟନ, ପୂରା ଘଟଣା ଜାଣିଲେ…

କେସିଙ୍ଗା,୨୭ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ବଗାଡ଼ ଓ୍ବାର୍ଡ ନଂ ୨ରେ ନବନିର୍ମିତ ଗୋଷ୍ଠୀ କେନ୍ଦ୍ରକୁ ନଗରପାଳ ନୃପରାଜ ଯାଦବଙ୍କ କରକମଳରେ ଶନିବାର ଉଦ୍‌ଘାଟିତ ହୋଇଛି।…

ଦେଶରେ ହାଇ ଆଲର୍ଟ: ମାଡ଼ିଆସୁଛି ୨ଟି ଭୟଙ୍କର ବାତ୍ୟା; ୩ ଦେଶକୁ କରିବ ଛାରଖାର!

ନୂଆଦିଲ୍ଲୀ,୨୭।୬: ପ୍ରଶାନ୍ତ ମହାସାଗରର ଉତ୍ତର-ପଶ୍ଚିମ ଭାଗରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ କ୍ରାନ୍ତୀୟ ବାତ୍ୟା (ଟାଇଫୁନ୍) ‘ମେଖଲା’ ଜାପାନ ଏବଂ ଏହାର ଆଖପାଖ ଦ୍ୱୀପପୁଞ୍ଜ ଆଡ଼କୁ ମାଡ଼ି ଚାଲିଛି।…

ବିଷ ବୋତଲ ଧରି ଧାରଣାରେ ଚାଷୀ, ଟୋକନ ନ ମିଳିଲେ ପିଇବାକୁ ଦେଲେ ଧମକ

ବରଗଡ଼,୨୭ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ହେଲେ ଜିଲାର ଅନେକ ଚାଷୀଙ୍କୁ ଏପର୍ଯ୍ୟନ୍ତ ଧାନବିକ୍ରି ଟୋକନ ମିଳିନାହିଁ। ଏହାକୁ…

ପୁଣି ଧକ୍କା ଦେଲା ଆମବସ୍‌, ରଙ୍ଗ୍‌ରୁଟ୍‌ରେ ଆସି ବାପ-ଝିଅଙ୍କୁ…

ଭୁବନେଶ୍ୱର,୨୭ା୬: ପୁଣି ଧକ୍କା ଦେଇଛି ଆମବସ୍‌। ପ୍ରତିଦିନ ଆମବସ୍‌ କେଉଁଠି ନା କେଉଁଠି ଦୁର୍ଘଟଣା ଘଟାଉଥିବା ଖବର ଆସୁଛି। ଶନିବାର ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ବାପ-ଝିଅଙ୍କୁ ଧକ୍କାଦେଇଛି…

FIFA World Cup 2026ରେ ଇତିହାସ ରଚିଲା କେପ ଭର୍ଡେ: ନକ୍‌ଆଉଟ୍‌ ପହଞ୍ଚିବାରେ ବିଶ୍ୱର ସବୁଠୁ ଛୋଟ ଦେଶ

ଫିଲାଡେଲଫିଆ,୨୭।୬:୨୦୨୬ ଫିଫା ବିଶ୍ୱକପ୍‌ରେ ରାଉଣ୍ଡ ଅଫ ୩୨ ପୂର୍ବରୁ କେପ ଭର୍ଡେ ଏକ ଚମତ୍କାର ପ୍ରଦର୍ଶନ ସହିତ ଇତିହାସ ରଚିଛି। ପ୍ରାୟ ୫୫୦,୦୦୦ ଜନସଂଖ୍ୟା ବିଶିଷ୍ଟ ଆଫ୍ରିକାର…

ଆଧାର କାର୍ଡ଼ ଦେଖାଇଲେ ମିଳିବ କି ଫ୍ରି ଏସି? ଜାଣନ୍ତୁ ସତ…

ନୂଆଦିଲ୍ଲୀ,୨୭।୬: ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକଙ୍କ ପାଇଁ “ମାଗଣା ଏସି ଯୋଜନା”…

ଘର ଛାଡ଼ିଦେବେ ସଲମାନ: ଜାଣନ୍ତୁ କାହିଁକି

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କ ଫିଲ୍ମକୁ ନେଇ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ଯଦିଓ ‘ସିକନ୍ଦର’ ପରଠାରୁ ତାଙ୍କର କୌଣସି ଫିଲ୍ମ ରିଲିଜ ହୋଇନାହିଁ, କିନ୍ତୁ ସେ…

ଚନ୍ଦ୍ରିକା ମୃତ୍ୟୁ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ; OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

ଭୁବନେଶ୍ୱର, ୨୭।୬:  ବହୁ ଚର୍ଚ୍ଚିତ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ରାଜ୍ୟ ସରକାର ପକ୍ଷରୁ ବଡ଼ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। OTAS (Odisha Tahasildar Administrative Service) ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri