Posted inଖେଳ

ନିଜ ଦୁଃଖ ବଖାଣିଲେ ଧୋନୀ

ମୁମ୍ବାଇ, ୨୦।୪: ଆଇପିଏଲ୍‌ ୨୦୨୧ରେ ଏମଏସ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ନିଜ ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ବିଜୟ ପରେ ଧୋନୀ ତାଙ୍କ ଫିଟନେସ ବିଷୟରେ କହିଥିଲେ। ଧୋନି ସ୍ବୀକାର କରିଛନ୍ତି ଯେ, ବଢୁଥିବା ବୟସ ସାଙ୍ଗକୁ ଫିଟନେସ ବଜାୟ ରଖିବା ସହଜ ନୁହେଁ। ବାର୍ଦ୍ଧକ୍ୟ ଏବଂ ଫିଟ ରହିବା ହେଉଛି ଦୁଇଟି କଷ୍ଟକର ଜିନିଷ। ଯେତେବେଳେ ତୁମେ ଖେଳୁଛ, ତୁମେ କେବେ ଚାହିଁବ ନାହଁି ଯେ, କେହି ତୁମକୁ ଅନ୍‌ଫିଟ୍‌ ବୋଲି କୁହନ୍ତୁ। ମୋତେ ଯୁବ ଖେଳାଳିଙ୍କ ସହ ତାଳ ବଜାୟ ରଖିବାକୁ ପଡିବ, ସେମାନେ ବହୁତ ଜୋର୍‌ ଦୌଡନ୍ତି କିନ୍ତୁ ଏହା ମୋ ପାଇଁ ସର୍ବଦା ଚ୍ୟାଲେଞ୍ଜ ଅଟେ ବୋଲି ଧୋନୀ କହିଛନ୍ତି। ଧୋନୀ ଏହି ମ୍ୟାଚ୍‌ରେ ୧୭ଟି ବଲ୍‌ ଖେଳି ୧୮ ରନ୍‌ରେ ଆଉଟ୍‌ ହୋଇଥିଲେ। ଧୋନୀ ୩ ମ୍ୟାଚ୍‌ ଖାସ୍‌ ସ୍କୋର କରିପାରି ନାହାନ୍ତି। ସୋସିଆଲ ମିଡିଆରେ ଧୋନୀଙ୍କ ବୟସକୁ ନେଇ ଟ୍ରୋଲ କରାଯାଇଛି। ସୂଚନାଯୋଗ୍ୟ, ଏହି ମ୍ୟାଚରେ ଚେନ୍ନାଇ ପ୍ରଥମ ଖେଳି ୯ ଉଇକେଟ ହରାଇ ୧୮୮ସ୍କୋର କରିଥିଲା। ଏହାର ଜବାବରେ ରାଜସ୍ଥାନର ଦଳ କେବଳ ୯ ଉଇକେଟ ହରାଇ ୧୪୩ ରନ କରିପାରିଥିଲା। ଏହି ବିଜୟ ସହ ଚେନ୍ନାଇ ଦଳ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri