Posted inଜାତୀୟ

ପ୍ରଧାନମନ୍ତ୍ରୀ ହେବାକୁ ମୋର ଇଚ୍ଛା ନାହିଁ: ନୀତୀଶ କୁମାର

ନୂଆଦିଲ୍ଲୀ,୬।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଦିଲ୍ଲୀ ଗସ୍ତ ସମୟରେ ସିପିଆଇ-ଏମ ନେତା ସୀତାରାମ ୟେଚୁରୀଙ୍କୁ ଭେଟିଛନ୍ତି। ସାକ୍ଷାତ ପରେ ଉଭୟ ନେତା ଗଣମାଧ୍ୟମ ସହିତ ଆଲୋଚନା କରିଥିଲେ। ଏହି ସମୟରେ ନୀତୀଶ କହିଛନ୍ତି, ତାଙ୍କର ପ୍ରଧାନମନ୍ତ୍ରୀ ହେବାକୁ ଇଚ୍ଛା ନାହିଁ କିମ୍ବା ସେ ଜଣେ ପ୍ରାର୍ଥୀ ନୁହଁନ୍ତି, କେବଳ ଚେଷ୍ଟା କରୁଛନ୍ତି ଯେ ଯଦି ଦେଶରରେ ସମସ୍ତ ଆଞ୍ଚଳିକ ଦଳ ଏକାଠି ହୁଅନ୍ତି, ତେବେ ଏହା ଏକ ବଡ କଥା ହେବ। ଏଥି ସହ ସୀତାରାମ ୟେଚୁରୀ କହିଛନ୍ତି ଯେ ନୀତୀଶ କୁମାର ଆମ ପାର୍ଟି କାର୍ଯ୍ୟାଳୟକୁ ଦ୍ୱିତୀୟଥର ଆସିବା ସ୍ବାଗତଯୋଗ୍ୟ ଏବଂ ଏହା ଦେଶ ପାଇଁ ଏକ ଭଲ ସଙ୍କେତ ଅଟେ। ବିରୋଧୀ ଦଳମାନଙ୍କୁ ଏକଜୁଟ ହୋଇ ଦେଶର ସମ୍ବିଧାନ ବଞ୍ଚାଇବାକୁ ପଡିବ। ଆମର ପ୍ରଥମ କାର୍ଯ୍ୟ ହେଉଛି ସମସ୍ତଙ୍କୁ ଏକଜୁଟ କରିବା।
ଏହାପୂର୍ବରୁ ନୀତୀଶ କୁମାର ସୋମବାର ରାହୁଲ ଗାନ୍ଧୀଙ୍କ ସହ ୫୦ ମିନିଟ୍‌ ସାକ୍ଷାତ କରିଥିଲେ। ଉଭୟ ନେତା ଭାଜପା ବିରୋଧରେ ବିରୋଧୀଙ୍କ ଏକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଭବିଷ୍ୟତରେ ଏକ ଏଜେଣ୍ଡା ଅଧୀନରେ ଭାଜପା ବିରୋଧରେ ଅଭିଯାନ ଆରମ୍ଭ କରିବା ଉପରେ ଆଲୋଚନା ହୋଇଥିଲା।
ବିରୋଧୀଙ୍କୁ ଏକଜୁଟ କରିବା ପାଇଁ ଏହି ନୂତନ ଅଭିଯାନ ଅଧୀନରେ ନୀତୀଶ କୁମାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଏନସିପି ମୁଖ୍ୟ ଶରଦ ପାୱାର, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ସମେତ ଅନ୍ୟାନ୍ୟ ବିରୋଧୀ ଦଳର ନେତାମାନଙ୍କୁ ଆଗାମୀ ଦୁଇ ଦିନରେ ଭେଟିବେ। ଏହି ସମୟରେ ନୀତୀଶ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ନାଟକୀୟ ଢଙ୍ଗରେ ଭାଜପାର ହାତ ଛାଡି ଆରଜେଡି ସହ ମେଣ୍ଟ କରିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବାକୁ ଚାହୁଁଥିବାରୁ ଭାଜପା ସହ ମେଣ୍ଟ ଭାଙ୍ଗିଥିବା ଚର୍ଚ୍ଚା ହୋଇଥିଲା। ଏନେଇ ନୀତୀଶ କୁମାର ମଧ୍ୟ ନିଜ ମତ ରଖିସାରିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବାର ଭାବନା ତାଙ୍କ ମୁଣ୍ଡରେ ନାହିଁ ବୋଲି ସେ ପୂର୍ବରୁ ସ୍ପଷ୍ଟ କରିଛନ୍ତି। କିନ୍ତୁ ଭାଜପା ବିରୋଧରେ ସବୁ ବିରୋଧୀଙ୍କୁ ଏକାଠି କରିବା ପାଇଁ ସେ କାମ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri