Posted inଜାତୀୟ

ପ୍ରଧାନମନ୍ତ୍ରୀ ହେବାକୁ ମୋର ଇଚ୍ଛା ନାହିଁ: ନୀତୀଶ କୁମାର

ନୂଆଦିଲ୍ଲୀ,୬।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଦିଲ୍ଲୀ ଗସ୍ତ ସମୟରେ ସିପିଆଇ-ଏମ ନେତା ସୀତାରାମ ୟେଚୁରୀଙ୍କୁ ଭେଟିଛନ୍ତି। ସାକ୍ଷାତ ପରେ ଉଭୟ ନେତା ଗଣମାଧ୍ୟମ ସହିତ ଆଲୋଚନା କରିଥିଲେ। ଏହି ସମୟରେ ନୀତୀଶ କହିଛନ୍ତି, ତାଙ୍କର ପ୍ରଧାନମନ୍ତ୍ରୀ ହେବାକୁ ଇଚ୍ଛା ନାହିଁ କିମ୍ବା ସେ ଜଣେ ପ୍ରାର୍ଥୀ ନୁହଁନ୍ତି, କେବଳ ଚେଷ୍ଟା କରୁଛନ୍ତି ଯେ ଯଦି ଦେଶରରେ ସମସ୍ତ ଆଞ୍ଚଳିକ ଦଳ ଏକାଠି ହୁଅନ୍ତି, ତେବେ ଏହା ଏକ ବଡ କଥା ହେବ। ଏଥି ସହ ସୀତାରାମ ୟେଚୁରୀ କହିଛନ୍ତି ଯେ ନୀତୀଶ କୁମାର ଆମ ପାର୍ଟି କାର୍ଯ୍ୟାଳୟକୁ ଦ୍ୱିତୀୟଥର ଆସିବା ସ୍ବାଗତଯୋଗ୍ୟ ଏବଂ ଏହା ଦେଶ ପାଇଁ ଏକ ଭଲ ସଙ୍କେତ ଅଟେ। ବିରୋଧୀ ଦଳମାନଙ୍କୁ ଏକଜୁଟ ହୋଇ ଦେଶର ସମ୍ବିଧାନ ବଞ୍ଚାଇବାକୁ ପଡିବ। ଆମର ପ୍ରଥମ କାର୍ଯ୍ୟ ହେଉଛି ସମସ୍ତଙ୍କୁ ଏକଜୁଟ କରିବା।
ଏହାପୂର୍ବରୁ ନୀତୀଶ କୁମାର ସୋମବାର ରାହୁଲ ଗାନ୍ଧୀଙ୍କ ସହ ୫୦ ମିନିଟ୍‌ ସାକ୍ଷାତ କରିଥିଲେ। ଉଭୟ ନେତା ଭାଜପା ବିରୋଧରେ ବିରୋଧୀଙ୍କ ଏକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଭବିଷ୍ୟତରେ ଏକ ଏଜେଣ୍ଡା ଅଧୀନରେ ଭାଜପା ବିରୋଧରେ ଅଭିଯାନ ଆରମ୍ଭ କରିବା ଉପରେ ଆଲୋଚନା ହୋଇଥିଲା।
ବିରୋଧୀଙ୍କୁ ଏକଜୁଟ କରିବା ପାଇଁ ଏହି ନୂତନ ଅଭିଯାନ ଅଧୀନରେ ନୀତୀଶ କୁମାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ, ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଏନସିପି ମୁଖ୍ୟ ଶରଦ ପାୱାର, ଶିବସେନା ମୁଖ୍ୟ ଉଦ୍ଧବ ଠାକରେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ସମେତ ଅନ୍ୟାନ୍ୟ ବିରୋଧୀ ଦଳର ନେତାମାନଙ୍କୁ ଆଗାମୀ ଦୁଇ ଦିନରେ ଭେଟିବେ। ଏହି ସମୟରେ ନୀତୀଶ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖରଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।
ସୂଚନାଯୋଗ୍ୟ, ନାଟକୀୟ ଢଙ୍ଗରେ ଭାଜପାର ହାତ ଛାଡି ଆରଜେଡି ସହ ମେଣ୍ଟ କରିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବାକୁ ଚାହୁଁଥିବାରୁ ଭାଜପା ସହ ମେଣ୍ଟ ଭାଙ୍ଗିଥିବା ଚର୍ଚ୍ଚା ହୋଇଥିଲା। ଏନେଇ ନୀତୀଶ କୁମାର ମଧ୍ୟ ନିଜ ମତ ରଖିସାରିଛନ୍ତି। ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବାର ଭାବନା ତାଙ୍କ ମୁଣ୍ଡରେ ନାହିଁ ବୋଲି ସେ ପୂର୍ବରୁ ସ୍ପଷ୍ଟ କରିଛନ୍ତି। କିନ୍ତୁ ଭାଜପା ବିରୋଧରେ ସବୁ ବିରୋଧୀଙ୍କୁ ଏକାଠି କରିବା ପାଇଁ ସେ କାମ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୁଷାରପାତକୁ ଖାତିର ନ କରି ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ଗୋଟିଏ ଦିନରେ ଆୟ ହୋଇଛି…

ଦାରିଙ୍ଗବାଡ଼ି,୧୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼। ରବିବାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିର ହିଲଭିୟୁ ପାର୍କ ସମେତ ଲଭର୍ସ ପଏଣ୍ଟ,...

ପିକ୍‌ନିକ୍‌ ସାରି ଫେରିବା ବେଳେ ଦୁର୍ଘଟଣା: ଗାଡ଼ି ଭିତରେ ଥିଲେ…

ଛତ୍ରପୁର,୧୫ା୧୨(ଦିଲ୍ଲୀପ ସାମଲ): କୋରାପୁଟରୁ ପିକ୍‌ନିକ୍‌ ସାରି ନିମାପଡ଼ା ଫେରୁଥିବାବେଳେ ଏକ କାର୍‌ ଛତ୍ରପୁର ଜାତୀୟ ରାଜପଥ ଏକାମ୍ରମନଗର ଠାରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗାଡ଼ିରେ ବସିଥିବା ୧୩...

୪ ଦିନରେ ଗୋଟିଏ ପରିବାରର ଚାଲିଗଲା ୨ ଜଣଙ୍କ ଜୀବନ: କକାଙ୍କ ମୃତ୍ୟୁ ପରେ ପୁତୁରାଙ୍କ ମୃତ୍ୟୁ

ଅମରପାଲି,୧୫ା୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ରୋଗ ଏବେ ମହାମାରୀର ରୂପ ନେଇଛି। କିଛି ଦିନ ପୂର୍ବରୁ ବୀରମହାରାଜପୁର ଉପଖଣ୍ଡର ୪ ଜଣ...

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri