‘ମୁଁ ଚୋରଙ୍କ ସହ କଥା ହେବାକୁ ଚାହେଁ ନାହିଁ’

ଇସଲାମାବାଦ,୨୮ା୭: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ବର୍ତ୍ତମାନର ସରକାରଙ୍କ ସହ କଥାବାର୍ତ୍ତାର ସମସ୍ତ ସମ୍ଭାବନାକୁ ସମ୍ପୂର୍ଣ୍ଣ ରୂପେ ଏଡ଼ାଇ ଦେଇଛନ୍ତି। ଏକ ବିବୃତ୍ତିରେ ଇମ୍ରାନ୍‌ ପାକିସ୍ତାନ ମୁସଲିମ୍‌ ଲିଗ୍‌-ନଓ୍ବାଜ (ପିଏମଏଲ-ଏନ୍‌)ର ସମସ୍ତ ନେତାଙ୍କୁ ଚୋର ବୋଲି କହିଛନ୍ତି। ସେ କହିଛନ୍ତି, ତାଙ୍କୁ ବେଲୁଚିସ୍ତାନ ଏବଂ ସିନ୍ଧ୍‌ର ବିଚ୍ଛିନ୍ନତାବାଦୀଙ୍କ ସହ କଥାବାର୍ତ୍ତା କରିବାକୁ ଅନୁମତି ଦିଆଯାଇଛି, କିନ୍ତୁ  ଶେହବାଜ ଶରିଫ ସରକାରଙ୍କ ସହ ଆଲୋଚନା ପାଇଁ ସେ ବସିପାରିବେ ନାହିଁ।

ପରଭେଜ୍‌ ଇଲାହୀଙ୍କୁ ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ବାଛିବା ପାଇଁ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିରେ ଇମ୍ରାନ କୃତଜ୍ଞତା ଜଣାଇଥିଲେ। ସେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ବିଧାନର ସର୍ବୋଚ୍ଚତା ବୋଲି କହିଛନ୍ତି। ଇମ୍ରାନ କହିଛନ୍ତି, ସେ ତାଙ୍କ ଜୀବନକାଳ ମଧ୍ୟରେ କେବଳ ଥରେ ଉତ୍ସାହ ଅନୁଭବ କରିଛନ୍ତି। ୧୯୬୫ ଯୁଦ୍ଧ ସମୟ ଥିଲା, ପଞ୍ଜାବର ୨୦ଟି ନିର୍ବାଚନମଣ୍ଡଳୀରେ ଉପ-ନିର୍ବାଚନ ସମୟରେ ମୁଁ ଲୋକମାନଙ୍କ ମଧ୍ୟରେ ସମାନ ଉତ୍ସାହ ଦେଖିଥିଲି।

ପାକିସ୍ତାନର ବିରୋଧୀଦଳ ନେତାଙ୍କ ଉପରେ ଇମ୍ରାନ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି, ସେ ବେଲୁଚିସ୍ତାନ ଏବଂ ସିନ୍ଧ୍‌ର ବିଚ୍ଛିନ୍ନତାବାଦୀଙ୍କ ସହ କଥା ହୋଇପାରିବେ, କିନ୍ତୁ ଚୋରମାନଙ୍କ ସହ ନୁହେଁ। ଆହୁରି ମଧ୍ୟ ସେ କହିଛନ୍ତି, ଦାସତ୍ୱ ଅପେକ୍ଷା ମୃତ୍ୟୁ ଭଲ । ଆମକୁ ଆତ୍ମସମ୍ମାନ ସହିତ ବଞ୍ଚିବାକୁ ପଡ଼ିବ ।

ଉଲ୍ଲେଖନୀୟ କଥା ହେଉଛି, ଆଜିକାଲି ପାକିସ୍ତାନର ଲୋକମାନେ ଆର୍ଥିକ ସଙ୍କଟର ସମ୍ମୁଖୀନ ହେଉଛନ୍ତି। ସାଧାରଣ ନିର୍ବାଚନରେ ବର୍ତ୍ତମାନର ଅର୍ଥନୈତିକ ସଙ୍କଟର ସମାଧାନ ପାଇଁ ଇମ୍ରାନ ଏପରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri