Posted inଖେଳ

ସେଦିନ ଭାବିଥିଲି ମୁଁ ଅମିତାଭ ବଚ୍ଚନ, କାହିଁକି ଏମିତି କହିଲେ କ୍ରିକେଟର୍‌

ବିଗ୍‌ ବି ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇ ଏବେ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଆରୋଗ୍ୟ କାମନା କରି ଦେଶର ଅନେକ ସ୍ଥାନରେ ପୂଜାର୍ଚ୍ଚନା ମଧ୍ୟ ଚାଲିଛି। ଏହି ସମୟରେ ପୂର୍ବତନ କ୍ରିକେଟର ମହମ୍ମଦ କୈଫ୍‌ ଏକ ରୋଚକ ଖୁଲାସା କରିଛନ୍ତି। ୨୦୦୨ ଜୁଲାଇ୧୩ରେ ଇଂଲଣ୍ଡରେ ଚାଲିଥିବା ନାଟଓ୍ବେଷ୍ଟ ଟ୍ରଫି ଫାଇନାଲରେ ଭାରତ ବିଜୟୀ ହାସଲ କରିଥିଲା। ଇଂଲଣ୍ଡର ୩୨୬ରନର ପିଛା କରି ଭାରତ ୧୪୬ରନରେ ୫ଟି ଉଇକେଟ୍‌ ହରାଇଥିଲା। ଏହି ସମୟରେ ମହମ୍ମଦ କୈଫ ଏବଂ ଯୁବରାଜ ସିଂ ଭାରତକୁ ସଙ୍କଟରୁ ଉଦ୍ଧାର କରିଥିଲେ। ଉଭୟ ୧୨୬ ରନର ପାର୍ଟନରସିପ୍‌ କରି ଭାରତ ପାଇଁ ବିଜୟ ଆଣିଥିଲେ। କୈଫ ୮୭ ରନର ପାଳି ଖେଳି ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଥିଲେ। ମ୍ୟାଚ୍‌ ପରେ ଭାରତ ଆସିବା କ୍ଷଣି ତାଙ୍କ ନିଜ ସହର ଆହ୍ଲାବାଦରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଫୁଲ ବିଛାଇ ଖୋଲା କାର୍‌ରେ ତାଙ୍କୁ ନିଆଯାଇଥିଲା। ଏହି ସମୟରେ ନିଜକୁ ଅମିତାଭ ବଚ୍ଚନ ଭାବୁଥିଲେ କୈଫ୍‌। କାରଣ ଅମିତାଭ ବଚ୍ଚନ ଯେବେ ନିର୍ବାଚନ ଜିତି ଆହ୍ଲାବାଦ ଆସିଥିଲେ ତାଙ୍କୁ ଏପରି ସ୍ବାଗତ କରାଯାଇଥିଲା ବୋଲି କୈଫ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri