Posted inଖେଳ

ସେଦିନ ଭାବିଥିଲି ମୁଁ ଅମିତାଭ ବଚ୍ଚନ, କାହିଁକି ଏମିତି କହିଲେ କ୍ରିକେଟର୍‌

ବିଗ୍‌ ବି ଅମିତାଭ ବଚ୍ଚନ କରୋନା ସଂକ୍ରମିତ ହୋଇ ଏବେ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ଆରୋଗ୍ୟ କାମନା କରି ଦେଶର ଅନେକ ସ୍ଥାନରେ ପୂଜାର୍ଚ୍ଚନା ମଧ୍ୟ ଚାଲିଛି। ଏହି ସମୟରେ ପୂର୍ବତନ କ୍ରିକେଟର ମହମ୍ମଦ କୈଫ୍‌ ଏକ ରୋଚକ ଖୁଲାସା କରିଛନ୍ତି। ୨୦୦୨ ଜୁଲାଇ୧୩ରେ ଇଂଲଣ୍ଡରେ ଚାଲିଥିବା ନାଟଓ୍ବେଷ୍ଟ ଟ୍ରଫି ଫାଇନାଲରେ ଭାରତ ବିଜୟୀ ହାସଲ କରିଥିଲା। ଇଂଲଣ୍ଡର ୩୨୬ରନର ପିଛା କରି ଭାରତ ୧୪୬ରନରେ ୫ଟି ଉଇକେଟ୍‌ ହରାଇଥିଲା। ଏହି ସମୟରେ ମହମ୍ମଦ କୈଫ ଏବଂ ଯୁବରାଜ ସିଂ ଭାରତକୁ ସଙ୍କଟରୁ ଉଦ୍ଧାର କରିଥିଲେ। ଉଭୟ ୧୨୬ ରନର ପାର୍ଟନରସିପ୍‌ କରି ଭାରତ ପାଇଁ ବିଜୟ ଆଣିଥିଲେ। କୈଫ ୮୭ ରନର ପାଳି ଖେଳି ମ୍ୟାନ୍‌ ଅଫ୍‌ ଦ ମ୍ୟାଚ୍‌ ବିବେଚିତ ହୋଇଥିଲେ। ମ୍ୟାଚ୍‌ ପରେ ଭାରତ ଆସିବା କ୍ଷଣି ତାଙ୍କ ନିଜ ସହର ଆହ୍ଲାବାଦରେ ତାଙ୍କୁ ଜୋରଦାର ସ୍ବାଗତ କରାଯାଇଥିଲା। ଫୁଲ ବିଛାଇ ଖୋଲା କାର୍‌ରେ ତାଙ୍କୁ ନିଆଯାଇଥିଲା। ଏହି ସମୟରେ ନିଜକୁ ଅମିତାଭ ବଚ୍ଚନ ଭାବୁଥିଲେ କୈଫ୍‌। କାରଣ ଅମିତାଭ ବଚ୍ଚନ ଯେବେ ନିର୍ବାଚନ ଜିତି ଆହ୍ଲାବାଦ ଆସିଥିଲେ ତାଙ୍କୁ ଏପରି ସ୍ବାଗତ କରାଯାଇଥିଲା ବୋଲି କୈଫ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ରାସ୍ତା ଖୋଳିଲେ ଭାଜପା ବିଧାୟକ: ଗୁଣବତ୍ତାର ଖୋଲିଲା ପୋଲ୍‌

ଭୋପାଳ,୧୫।୧୨: ମଧ୍ୟପ୍ରଦେଶର ଦିଣ୍ଡୋରୀର ଶାହପୁରା ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ତଥା ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ଓମ ପ୍ରକାଶ ଧୁର୍ଭେ ବିଭାଗୀୟ କର୍ମଚାରୀଙ୍କ ପର୍ଦ୍ଦାଫାସ କରୁଛନ୍ତି।...

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ...

ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା

ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ...

ବଞ୍ଚିବାକୁ ରାହା ଖୋଜୁଛନ୍ତି ବେସାହାରା ଭଉଣୀ-ଭାଇ

ଗଞ୍ଜାମ,୧୫।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ରାମଗଡ଼ ପଞ୍ଚାୟତ ଗଜପତି ନଗର ତିନି ନମ୍ବର ସାହିରେ ସ୍ବର୍ଗତ ଦିନେଶ୍ୱର ବେହେରାଙ୍କ ଘର l ଦିନେଶ୍ୱର ମତ୍ସ୍ୟଜୀବି ପରିବାର...

ତୀର୍ଥଯାତ୍ରାରେ ଗଲେ ୭୪ ବରିଷ୍ଠ ନାଗରିକ

ନୂଆପଡ଼ା,୧୫।୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାରୁ ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ୭୪ ଜଣ ରାମେଶ୍ୱର ଅଭିମୁଖେ ଯାତ୍ରା କରିଛନ୍ତି। ଜିଲା ପର୍ଯ୍ୟଟନ...

Post Officeର ଜବରଦସ୍ତ ସ୍କିମ୍‌: ମାସିକ ୫୫୫୦ ଟଙ୍କା ରୋଜଗାର ଗ୍ୟାରେଣ୍ଟି

ପୋଷ୍ଟ ଅଫିସ ଗ୍ରାହକମାନଙ୍କ ପାଇଁ ବିଭିନ୍ନ ପ୍ରକାରର ସଞ୍ଚୟ ଯୋଜନା ପ୍ରଦାନ କରେ। ପୋଷ୍ଟ ଅଫିସ ଏକ ଉଲ୍ଲେଖନୀୟ ଯୋଜନା ହେଉଛି, ମାସିକ ଆୟ ଯୋଜନା...

ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ

ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri