‘ମୁଁ ଟ୍ରମ୍ପଙ୍କୁ ଘୃଣା କରେ’…ଗୁଳି ଚଳାଇବା ପୂର୍ବରୁ ଭିଡିଓ ଜାରି କରିଥିଲେ ଶୁଟ୍‌ର, ଦେଖନ୍ତୁ…

ଓ୍ବାଶିଂଟନ,୧୪।୭: ଏକ ନିର୍ବାଚନୀ ସଭାରେ ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ତାଙ୍କ କାନରେ ଗୁଳି ବାଜିଛି। ଆହତ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଏବେ ସେ ସୁସ୍ଥ ଅଛନ୍ତି। ଏସବୁ ମଧ୍ୟରେ ଟ୍ରମ୍ପଙ୍କ ଉପରେ ଆକ୍ରମଣ କରିଥିବା ଜଣେ ଯୁବକ ଥୋମାସ ମାଥ୍ୟୁ ବୋଲି ଜଣାପଡ଼ିଛି। ସେ ଏଭଳି କାଣ୍ଡ ଘଟାଇବା ପୂର୍ବରୁ ଭିଡିଓ ଭାରି କରିଥିଲେ। ଭିଡିଓରେ ସେ ‘ଟ୍ରମ୍ପଙ୍କୁ ଘୃଣା କରନ୍ତି’ ବୋଲି କହୁଛନ୍ତି। ଏହାଛଡ଼ା ସେ ରିପବ୍ଲିକାନ୍‌ଙ୍କୁ ଘୃଣା କରନ୍ତି ବୋଲି କହୁଥିବା ଦେଖାଯାଉଛି।

ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳି ଚଳାଇଥିବା ଥୋମାସ୍‌ ମାଥ୍ୟୁ କ୍ରୁକ୍ସ ଗୁଳି ଚଳାଇବା ପୂର୍ବରୁ ନିଜେ ଭିଡିଓ ଜାରି କରିଥିଲେ। ଏଥିରେ ସେ ଆକ୍ରମଣର କାରଣ କହିଥିଲେ। ସେ ରିପବ୍ଲିକାନ ପାର୍ଟି ଏବଂ ଟ୍ରମ୍ପଙ୍କୁ ଘୃଣା କରନ୍ତି। ସମସ୍ତଙ୍କୁ ଭୁଲ୍‌ ମଣିଷ ମିଳିଯାଇଛି। ଏହାକୁ ନେଇ ଥୋମାସ୍‌ ଘୃଣା କାରଣରୁ ଏଭଳି ଆକ୍ରମଣ କରିଥାଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି।
କହିରଖୁଛୁ, ଥୋମାସଙ୍କ ଗୁଳି ଚାଳନାରେ ଟ୍ରମ୍ପଙ୍କ କାନରେ ଗୁଳି ବାଜିଥିବା ବେଳେ ପଛରେ ଥିବା ତାଙ୍କର ଜଣେ ସମର୍ଥକଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ନେଇ ଟ୍ରମ୍ପ ଅସନ୍ତୋଷ ପ୍ରକାଶ କରିବା ସହ ଆମେରିକା ଭଳି ଦେଶରେ ଏଭଳି ଘଟଣା ଘଟିବା ଚକିତ କରୁଛି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri