‘ମୁଁ ତୁମକୁ ଘୃଣା କରେ’

କପ୍ତିପଦା,୨୨ା୭(ଡି.ଏନ.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସାୈମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ୮ ଦିନ ପୂରିଛି। ପାରଳାଖେମୁଣ୍ଡିରୁ ଭାୟା ବାଲେଶ୍ୱରର ଖଇରା ଓ ମୟୂରଭଞ୍ଜ ଜିଲା କପ୍ତିପଦାର ଗୌଡ଼ଗଁା ପର୍ଯ୍ୟନ୍ତ ଅଡ଼ୁଆ ଖିଅ ଖୋଜି ଚାଲିଛି ପୋଲିସ। ବହୁ ଚର୍ଚ୍ଚିତ ଏହି ମୃତ୍ୟୁ ଘଟଣାର ଯୋରଦାର ତଦନ୍ତ ଚାଲିଥିବା ବେଳେ ପ୍ରତିଦିନ ଚୋଚକ ତଥ୍ୟ ସାମ୍ନାକୁ ଆସୁଛି। ପୋଲିସ ଜବତ କରିଥିବା ଦସ୍ତାବିଜ୍‌ ମଧ୍ୟରୁ ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଏକ ହାତ ଲେଖା ଚିଠିକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଉକ୍ତ ଚିଠିରେ ‘ଏହି ପୃଥିବୀରେ ମୁଁ ତୁମକୁ ସବୁଠୁ ଅଧିକ ଘୃଣା କରେ, ମୋ ନଁାକୁ ଏହି ଲୋକ ନାଁରେ ଯୋଡ଼ିବାକୁ ମୋତେ ଖରାପ ଲାଗୁଛି। କେମିତି ଆଉ ୩ ଦିନ କଟିବ। ୧୨ରୁ ୧୫ ତାରିଖ ପରେ ଶାନ୍ତି ମିଳିବ’ ବୋଲି ଉଲ୍ଲେଖ ରହିଛି। ଯାହାକୁ ନେଇ ସନ୍ଦେହ ଘନେଇବାରେ ଲାଗିଛି। ତେବେ ସୌମ୍ୟଙ୍କ ସହ ଝଗଡ଼ା ଯୋଗୁ ମନ ଦୁଃଖ ସମୟରେ ସେ ଏହି ଚିଠି ଲେଖିଥିଲେ ଓ ଯାହାର କିଛି ମୂଲ୍ୟନାହିଁ ବୋଲି ବିଦ୍ୟା କହିଛନ୍ତି।
ପାରଳାଖେମୁଣ୍ଡି ସ୍ଥିତ ସୌମ୍ୟଙ୍କ ସରକାରୀ କ୍ୱାର୍ଟର୍ସରୁ ଜବତ ହୋଇଥିବା ଏହିି ଚିଠିରେ ଆହୁରି ମଧ୍ୟ ଲେଖା ହୋଇଛି, ହେ ପ୍ରଭୁ ସବୁ ଭୁଲ୍‌ କ୍ଷମାକର। ମୋ ଜୀବନକୁ ନଷ୍ଟ କରନାହିଁ। ମୁଁ କାହାର କିଛି ଦୋଷ କରିନାହିଁ। ଗୋଟିଏ ଭୁଲ ନିଷ୍ପତ୍ତି କେମିିତି ଜୀବନକୁ ନଷ୍ଟ କରିଦିଏ। ପ୍ଲିଜ୍‌ ମୋତେ କ୍ଷମା କରିଦିଅ। ଜୀବନ ସାରା ପାଇଁ କଷ୍ଟ ଦେଖିପାରିବି ନାହିଁ। ତେବେ ବିଦ୍ୟାଭାରତୀ କାହା ଉଦ୍ଦେଶ୍ୟରେ ଏହି ଚିଠି ଲେଖିଥିଲେ ତାହା ସନ୍ଦେହ ଘେରରେ ଥିବା ବେଳେ ଏହି ଚିଠିରୁ ସୌମ୍ୟଙ୍କ ମୃତ୍ୟୁର ରହସ୍ୟ ଜଣାପଡ଼ିବ ବୋଲି କୁହାଯାଉଛି। ଉଲ୍ଲେଖଯୋଗ୍ୟ ଯେ, ଗତ ୧୨ ତାରିଖରେ ସୌମ୍ୟରଞ୍ଜନ ତାଙ୍କ ସରକାରୀ ବାସଭବନରେ ପୋଡ଼ି ହୋଇ ଗୁରୁତର ହୋଇ ପଡ଼ିଥିଲେ। ପରଦିନ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଜବତ ହାତଲେଖା ଚିଠିରେ ୧୨ରୁ ୧୫ ତାରିଖ ପରେ ଶାନ୍ତିରେ ରହିବି ବୋଲି ଯାହା ଉଲ୍ଲେଖ ରହିଛି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri