Posted inଜାତୀୟ

ମୁଁ ବୁଢା ହୋଇ ଗଲେଣି, କାହିଁକି ଏମିତି କହିଲେ ଖାର୍ଗେ, ବଦଳିବେ କି କଂଗ୍ରେସ ଅଧ୍ୟକ୍ଷ?

ନୂଆଦିଲ୍ଲୀ,୯।୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜି ସାରିଛି। ଏହି ରାଜନୈତିକ ଖେଳରେ କଂଗ୍ରେସ ଏବଂ ଭାଜପା ଧୀରେ ଧୀରେ ସେମାନଙ୍କରକାର୍ଡ ଖୋଲୁଛନ୍ତି। କୁସ୍ତି ମଞ୍ଚରେ ନିଜର ଶକ୍ତି ପ୍ରଦର୍ଶନ କରିଥିବା ଭିନେଶ ଫୋଗାଟ ବର୍ତ୍ତମାନ ରାଜନୈତିକ ମଇଦାନକୁ ଓହ୍ଲାଇଛନ୍ତି। କଂଗ୍ରେସ ହରିୟାଣା ବିଧାନସଭା ନିର୍ବାଚନରେ ୨୦୨୪ରେ ଜୁଲାନା ବିଧାନସଭା ଆସନରୁ ଭିନେଶ ଫୋଗାଟଙ୍କୁ ପ୍ରାର୍ଥୀ କରିଛି। ଭିନେଶ ଫୋଗାଟ ତାଙ୍କ ଶାଶୁ ଘର ବାଖତା ଖେଡା ଠାରୁ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ଶାଶୁ ଘର ବାଖତା ଖେଡାରୁ ଭିନେଶ ଫୋଗାଟ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିଷୟରେ ଏପରି ବିବୃତ୍ତି ଦେଇଛନ୍ତି, ଯାହା ପରେ ରାହୁଲ ଗାନ୍ଧୀ କଂଗ୍ରେସ ସଭାପତି ପରିବର୍ତ୍ତନ କରିବାକୁ ଯାଉଛନ୍ତି କି ବୋଲି ପ୍ରଶ୍ନ ଉଠିଛି।
ସୂଚନାଯୋଗ୍ୟ, ଭିନେଶ ରବିବାର ତାଙ୍କ ଶାଶୁ ଘର ବାଖତା ଖେଡା ଠାରେ ଏକ ସମାରୋହକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ନିଜ ମଧ୍ୟରେ ହୋଇଥିବା ବାର୍ତ୍ତାଳାପ ବିଷୟରେ ଉଲ୍ଲେଖ କରିଥିଲେ। ସେ ନିଜେ ଏବଂ ଖାର୍ଗେଙ୍କ ମଧ୍ୟରେ ହୋଇଥିବା ବୈଠକକୁ ନେଇ କହିଥିଲେ, ‘ମଲ୍ଲିକାର୍ଜୁନ ଖାର୍ଗେ ଜି କହିଛନ୍ତି ଯେ ମୁଁ ବୁଢା ହୋଇଗଲେଣି, ବର୍ତ୍ତମାନ ତମକୁ କରିବାକୁ ପଡିବ। ଏବେ ପ୍ରଶ୍ନ ଉଠିଛି ଯେ ଖାର୍ଗେ ଏ କଥା ଏମିତି କହିଛନ୍ତି ନା ସତରେ କଂଗ୍ରେସ ଅଧ୍ୟକ୍ଷ ପଦ ପରିବର୍ତ୍ତନ ହେବାକୁ ଯାଉଛି। ତାଙ୍କୁ ୮୨ବର୍ଷ ବୟସ ହୋଇଥିବାରୁ ଖାର୍ଗେଙ୍କ ବିବୃତ୍ତି ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ସେ ଗତ ୨ ବର୍ଷ ଧରି ଏହି ପଦବୀରେ ରହିଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri