‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ପ୍ରଶ୍ନ କରି ସେ ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅସନ୍ତୋଷ ବ୍ୟକ୍ତ କରିବା ପରେ ନିଜର ମତ ରଖିଛନ୍ତି।

ମୋକିମ୍ କହିଛନ୍ତି ଯେ ସେ କାହା ବିରୋଧରେ କିଛି କହିବେ ନାହିଁ। ମାତ୍ର ସେ ‘ମୁଣ୍ଡରେ କଫନ୍‌ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛନ୍ତି’ ଏବଂ ‘ଯାହା କରୁଛି ସବୁ ଭୁଲ ଓ ଠିକ୍‌ ମୋର’।

ମୋକିମ୍‌ ବାରମ୍ବାର ନିର୍ବାଚନ ହାରୁଥିବା ବରିଷ୍ଠ ନେତାମାନଙ୍କୁ ପଦପଦବୀ ନ ନେଇ ‘ମାର୍ଗଦର୍ଶକ’ ହେବାକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ଯୁବକଙ୍କୁ ନେତୃତ୍ୱ ଦେବା ପାଇଁ ବାଟ ଛାଡ଼ନ୍ତୁ। କଂଗ୍ରେସକୁ ପୁନର୍ଜୀବନ ଦରକାର ଥିବାରୁ ‘ପାରଦର୍ଶିତା ଓ ଯୋଗ୍ୟତା ଆଧାରରେ ନିଯୁକ୍ତି’ ସହ ଯୁବ ନେତୃତ୍ୱ ଆବଶ୍ୟକ।

ମୋକିମ୍‌ ପୂର୍ବତନ ଓ ବର୍ତ୍ତମାନର ପିସିସି ସଭାପତିଙ୍କ ଦକ୍ଷତା ଉପରେ ପ୍ରଶ୍ନ ଉଠାଇଛନ୍ତି।

ତିନି ଥର ଲୋକସଭା ନିର୍ବାଚନ ହାରିଥିବା ଭକ୍ତ ଦାସଙ୍କୁ ୨୦୨୫ ରେ ନେତୃତ୍ୱ ମିଳିଛି। ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ତାଙ୍କ ନେତୃତ୍ୱରେ ୮୩ ହଜାର ଭୋଟ୍‌ରେ ହାରିଥିବା ଓ ତାଙ୍କ ସଂସଦୀୟ କ୍ଷେତ୍ରର କର୍ମୀ ତାଙ୍କୁ ବିଶ୍ୱାସ ନ କରୁଥିବା ଯୋଗୁଁ ଓଡ଼ିଶାରେ କଂଗ୍ରେସକୁ ନେତୃତ୍ୱ ଦେବା ‘ଅସମ୍ଭବ ବ୍ୟାପାର’। ସେହିପରି ୨୦୨୪ରେ କଂଗ୍ରେସ ସର୍ବନିମ୍ନ ୧୩% ଭୋଟ ପାଇଲା ଏବଂ ନିଜେ ଶରତ ପଟ୍ଟନାୟକ ନିର୍ବାଚନରେ ଅମାନତ ହରାଇଥିଲେ।

ସେ ଆହୁରି କହିଥିଲେ ଯେ, ବିଧାୟକ ଥିବାବେଳେ ୩ ବର୍ଷ ଅପେକ୍ଷା କରି ମଧ୍ୟ ସେ ରାହୁଲଙ୍କୁ ଦେଖା କରିପାରିନଥିଲେ। ରାହୁଲ ‘କୋଟେରୀ ଗ୍ରୁପ୍‌’ରୁ ନ ବାହାରିଲେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ। ‘ଭାରତ ଯୋଡ଼ ଯାତ୍ରା’ ବେଳେ ରାହୁଲ ୩ ରାତି ଓଡ଼ିଶାରେ ରହି ମଧ୍ୟ ତୃଣମୂଳ କର୍ମୀଙ୍କୁ ଭେଟି ନଥିବାରୁ ମୋକିମ୍‌ ନିରାଶା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

ଆସନ୍ତାକାଲି ଖୋଲିବନି ସ୍କୁଲ: ଏହି ୨ ଜିଲାରେ ବଢ଼ିଲା ଖରାଛୁଟି ଅବଧି

ଭୁବନେଶ୍ୱର, ୧୭।୬: ବଲାଙ୍ଗୀର ଜିଲାରେ ବଢ଼ିଲା ଖରାଛୁଟି ଅବଧି। ୨୦ ତାରିଖ ଯାଏ ଖରାଛୁଟି ଅବଧି ବଢ଼ିଛି। ତେବେ ୨୨ ତାରିଖରେ ବଲାଙ୍ଗୀରରେ ଶିକ୍ଷାନୁଷ୍ଠାନ ଖୋଲିବ। ପ୍ରବଳ…

ଦ୍ୱିପାକ୍ଷିକ ବୈଠକବେଳେ ବଡ଼ ପ୍ରତିଶ୍ରୁତି ଦେଲେ ଡୋନାଲ୍ଡ ଟ୍ରମ୍ପ: ମୋଦି ପିଏମ୍‌ ଥିବା ଯାଏ…ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୭।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ ସମ୍ମିଳନୀ ଅବସରରେ ବୁଧବାର ସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଦ୍ୱିପାକ୍ଷିକ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

NEET ପରୀକ୍ଷା ପୂର୍ବରୁ ଭାରତରେ ଟେଲିଗ୍ରାମ୍ ବ୍ୟାନ୍: ସରକାରଙ୍କୁ ଘେରିଲେ ଟେଲିଗ୍ରାମ ସିଇଓ

ନୂଆଦିଲ୍ଲୀ,୧୭।୬: ଭାରତରେ ଟେଲିଗ୍ରାମ (Telegram) କୁ ସାମୟିକ ଭାବେ ବ୍ୟାନ କରାଯାଇଛି। NEET-UG ୨୦୨୬ ପୁନଃ-ପରୀକ୍ଷା ପୂର୍ୱରୁ କପି ଏବଂ ଗୁଜବ ବା ଭୁଲ ସୂଚନା ରୋକିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri