Posted inଜାତୀୟ

ମୋର ଭୁଲ ହୋଇ ଯାଇଛି…ନିଜର କେଉଁ ନିଷ୍ପତ୍ତିକୁ ନେଇ ସର୍ବସମ୍ମୁଖରେ ଅନୁତାପ କଲେ ଅଜିତ ପାଓ୍ବାର, କ୍ଷମା ମାଗି କହିଲେ…

ମୁମ୍ବାଇ,୧୩।୮: ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀ ଅଜିତ ପାୱାର ଏକ ଜନ ସମ୍ମାନ ଯାତ୍ରାରେ ସର୍ବସମ୍ମୁଖରେ ଭୁଲ୍‌ ମାଗିଛନ୍ତି। ସଭାରେ ସେ କହିଛନ୍ତି, ମୋର ଭୁଲ୍‌ ହୋଇଯାଇଛି। ମୋର ଏହି ନିଷ୍ପତ୍ତି ସମ୍ପୂର୍ଣ୍ଣ ଭୁଲ ଥିଲା। ଡେପୁଟି ସିଏମ ଅଜିତ ପାୱାର ବର୍ତ୍ତମାନ ରାଜ୍ୟରେ ଜନ ସମ୍ମାନ ଯାତ୍ରା କରୁଛନ୍ତି। ଏହି ସମୟରେ ସେ କହିଛନ୍ତି ଯେ, ଲୋକ ସଭା ନିର୍ବାଚନରେ ସେ ଏକ ବଡ ଭୁଲ କରିଛନ୍ତି ଏବଂ ବର୍ତ୍ତମାନ ଏହାକୁ ନେଇ ଅନୁତାପ କରୁଛନ୍ତି। ଅଜିତ ପାୱାର କହିଛନ୍ତି ଯେ, ଲୋକ ସଭା ନିର୍ବାଚନରେ ସେ ତାଙ୍କ ସ୍ତ୍ରୀ ସୁନିତ୍ରା ପାଓ୍ବାରଙ୍କୁ ମଇଦାନରେ ଓହ୍ଲାଇ ବଡ଼ ଭୁଲ କରିଦେଇଛନ୍ତି। ଭଉଣୀ ସୁପ୍ରିୟା ସୁଲେଙ୍କ ବିପକ୍ଷରେ ତାଙ୍କୁ ଟିକେଟ୍‌ ଦେବା ବଡ଼ ଭୁଲ।

କହିରଖୁଛୁ କି, ଦେଶରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଅଜିତ ପାୱାରଙ୍କ ସ୍ତ୍ରୀ ସୁନିତ୍ରା ପାୱାର ବାରମତୀ ଆସନରୁ ସୁପ୍ରିୟା ସୁଲେଙ୍କ ବିରୋଧରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ଯେଉଁଥିରେ ସୁନିତ୍ରା ପାଓ୍ବାରଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଶରଦ ପାୱାରଙ୍କ ଦଳ ଜାତୀୟତାବାଦୀ କଂଗ୍ରେସ ପାର୍ଟି ମୁଖ୍ୟ ଶରଦ ପାୱାରଙ୍କ ଝିଅ ତଥା ଏମପି ସୁପ୍ରିୟା ସୁଲେ ଗତ ତିନିଥର ସମାନ ଆସନରୁ ଏମପି ଅଛନ୍ତି। ତେବେ ସୁପ୍ରିୟା ସୁଲେଙ୍କ ଠାରୁ ହାରିବା ପରେ ସୁନେତ୍ରା ପରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି।

ଗତ ବର୍ଷ ଜୁଲାଇରେ ଅଜିତ ପାୱାର ଏବଂ ଶରଦ ପାୱାରଙ୍କ ମଧ୍ୟରେ ମତଭେଦ ହୋଇଥିଲା, ଯାହା ପରେ ଦଳ ଦୁଇଭାଗ ହୋଇ ଯାଇଥିଲା। ଅଜିତ ପାୱାର ତାଙ୍କ ବିଧାୟକଙ୍କ ସହ ଭାଜପା ମେଣ୍ଟରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ…

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ.…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି…

ଆମ ବିଦ୍ୟାଳୟ

ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ,…

ପଶ୍ଚିମବଙ୍ଗର ନୂଆ ଅଧିକାରୀ

ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା…

ଉଜୁଡ଼ା ବଣ ଓ ଅସୁରକ୍ଷିତ ପ୍ରାଣୀ

ପ୍ରାକୃତିକ ପରିସଂସ୍ଥାକୁ ପରିପୁଷ୍ଟ, ପ୍ରାଣବନ୍ତ ଓ ପ୍ରଭାବଶାଳୀ କରିବା ଦିଗରେ ବନ୍ୟପ୍ରାଣୀଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଶେଷକରି ବିଶ୍ବଖାଦ୍ୟ ଓ ଜଳ ନିରାପତ୍ତା ଏବଂ ଜୈବବିବିଧତାର ପ୍ରାଚୁର୍ଯ୍ୟକୁ ଋଦ୍ଧିମନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri