Posted inଜାତୀୟ

ମୋର ମୁଖ୍ୟମନ୍ତ୍ରୀ ପଦବୀ ପ୍ରତି ଲୋଭ ନାହିଁ: ଅଜିତ ପାଓ୍ବାର…

ମୁମ୍ବାଇ,୧୨।୮ : ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ପଦବୀ ସମ୍ପର୍କରେ ଆଲୋଚନା ମଧ୍ୟରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ଶନିବାର ପୁଣେରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ଅଜିତ କହିଛନ୍ତି ଗୁଜବ ପ୍ରତି ଧ୍ୟାନ ଦେବା ଉଚିତ ନୁହେଁ। ରାଜ୍ୟର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ସେ ଏକ ଭଲ କାମ କରୁଛନ୍ତି। କାହିଁକି ମୁଁ ଏବଂ ଦେବେନ୍ଦ୍ର ଫଡନାଭିସ ଏହି ପଦବୀ ପ୍ରତି ଲାଳାୟିତ ନାହୁଁ।

ଚାନ୍ଦନୀ ଚୌକରେ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଅଜିତ ଏହି ମନ୍ତବ୍ୟ ଦେଇଛନ୍ତି। ସରକାରରେ ସହଯୋଗଙ୍କେ ମଧ୍ୟରେ ମତଭେଦ ଅଭିଯୋଗକୁ ସେ ଖଣ୍ଡନ କରିଛନ୍ତି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ କେବଳ ଗୋଟିଏ ଆସନ ଅଛି। ଏହା ପୂର୍ବରୁ ଦଖଲ ହୋଇସାରିଛି, ତେବେ ଆମେ ଦୁହେଁ କାହିଁକି ଏନେଇ ଲୋଗ କରିବୁ? ଆମେ ତିନିଜଣ ବିକାଶ କାର୍ଯ୍ୟରେ ନିୟୋଜିତ ନେତା। ଆମକୁ ଯାହା ବଣ୍ଟନ କରାଯାଇଛି ସେଥିରେ ଆମେ ସନ୍ତୁଷ୍ଟ। ଏନେଇ ଖବରଦାତାମାନେ ଚିନ୍ତା କରିବାର ଆବଶ୍ୟକତା ନାହିଁ ।

ଗୋଟିଏ ଦିନ ପୂର୍ବରୁ କଂଗ୍ରେସ ରାଜ୍ୟ ସଭାପତି ନାନା ପାଟୋଲ ଦାବି କରିଥିଲେ ଉଭୟ ଉପମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ପଦବୀ ଉପରେ ନଜର ରଖିଛନ୍ତି। ଶାସକ ମିଳିତ ମେଣ୍ଟର ସମସ୍ତ ତିନୋଟି ଦଳ ଶିବସେନା ଶିନ୍ଦେଙ୍କ ଦଳ, ଭାଜପା ଏବଂ ଏନସିପି ଅଜିତଙ୍କ ଦଳ ରାଜ୍ୟ ରାଜକୋଷକୁ ଲୁଟ କରିବାକୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

ପାଟୋଲ ଅଭିଯୋଗ କରିଥିଲେ ଶିନ୍ଦେଙ୍କ ସରକାରରେ ଜଣେ ମନ୍ତ୍ରୀ ୬ଟି ଜିଲାର ମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି। ରାଜ୍ୟର ୩୬ ଟି ଜିଲା ପାଇଁ ୧୯ ଜଣ ମନ୍ତ୍ରୀ ନିଯୁକ୍ତ ହୋଇଛନ୍ତି। ଏହାର ଅର୍ଥ ହେଉଛି ୧୭ ଟି ଜିଲାରେ ଏପର୍ଯ୍ୟନ୍ତ ପୂର୍ଣ୍ଣକାଳୀନ ମନ୍ତ୍ରୀ ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଦୀପାବଳି ପୂର୍ବରୁ କର୍ମଚାରୀ, ପେନସନଭୋଗୀଙ୍କୁ ବଡ଼ ଉପହାର ଦେଲେ ସରକାର: ବଢିଲା…

ନୂଆଦିଲ୍ଲୀ,୧।୧୦: କେନ୍ଦ୍ରୀୟ କର୍ମଚାରୀମାନେ ଅଷ୍ଟମ ବେତନ କମିଶନର ସୁପାରିସକୁ ବେଶ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏହାରି ମଧ୍ୟରେ ଦୀପାବଳି ପୂର୍ବରୁ ବିଭିନ୍ନ ରାଜ୍ୟ ସରକାର ନିଜ…

ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି

ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?