Posted inଜାତୀୟ

ଏନ୍‌ସିପି ଭାଙ୍ଗିବା ପଛରେ ମୋ ହାତ ନାହିଁ: ଭୁଜବଳ

ପୁନେ,୧୦।୭: ଏନସିପି ସୁପ୍ରିମୋ ଶରଦ ପାୱାରଙ୍କ ହାତ ଛାଡି ଏକନାଥ ଶିନ୍ଦେ ସରକାରରେ ଯୋଗ ଦେଇଥିବା ଛଗନ ଭୁଜବଲ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ମହାରାଷ୍ଟ୍ର ସରକାରଙ୍କ ନୂତନ ଭାବେ ନିଯୁକ୍ତ ମନ୍ତ୍ରୀ ଭୁଜବଳ କହିଛନ୍ତି, ବୋଧହୁଏ ଶରଦ ପାୱାର ଭାବୁଛନ୍ତି ସେ ଏନସିପି ଦଳକୁ ଭାଙ୍ଗିବା ପଛରେ ଅଛନ୍ତି, କିନ୍ତୁ ଏହା ସତ୍ୟ ନୁହେଁ। ଏନସିପି ଭାଙ୍ଗିବା ସହିତ ମୋର କୌଣସି ସମ୍ପର୍କ ନାହିଁ। ପ୍ରଫୁଲ୍ଲ ପଟେଲ ହେଉଛନ୍ତି ଦିଲ୍ଲୀର ଶରଦ ପାୱାରଙ୍କ ସହଯୋଗୀ, ଅଜିତ ପାୱାର ତାଙ୍କ ପରିବାର ଏବଂ ଦିଲୀପ ୱାଲ୍ସ ପାଟିଲ ତାଙ୍କ ନିକଟତର।
ଜୁଲାଇ ୮ରେ, ଶରଦ ପାୱାର ୟୋଲା ରାଲିରେ କହିଥିଲେ ଯେ, ସେ କିଛି ଲୋକଙ୍କୁ ବିଶ୍ୱାସ କରି ଭୁଲ କରିଛନ୍ତି ଏବଂ ବର୍ତ୍ତମାନ ସେ ଏହି ଭୁଲ କରିବେ ନାହିଁ। ୟୋଲାରେ ଶରଦ ପାୱାରଙ୍କ ରାଲି ପରେ ଛଗନ ଭୁଜବଳ ଅନେକ ପ୍ରଶ୍ନ ଉଠାଇଥିଲେ। ଭୁଜବଳ କହିଛନ୍ତି, ମୁଁ ଓବିସି, ତେଣୁ ଶରଦ ପାୱାର ପ୍ରଥମେ ମୋ ନିର୍ବାଚନମଣ୍ଡଳୀରେ ଏକ ରାଲି କରିଥିଲେ। ମୋ ହେତୁ ୟୋଲାରେ ବିକାଶ ହୋଇଛି। କାହିଁକି ଶରଦ ପାୱାର ଏନସିପି ସଭାପତି ଅଜିତ ପାୱାରଙ୍କ ଅଞ୍ଚଳକୁ ଯାଇ ନାହାଁନ୍ତି ବୋଲି ଭୁଜବଳ ପ୍ରଶ୍ନ କରିଛନ୍ତି। ଅନ୍ୟପକ୍ଷରେ, ଭୁଜବଳ ଏନସିପି ସଭାପତିଙ୍କୁ ଚେତାବନୀ ଦେଇଛନ୍ତି ଯେ, ସେ ଖୁବ ଶୀଘ୍ର ଅନେକ ବଡ଼ ଖୁଲାସା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ତାପମାତ୍ରା: ଆସନ୍ତା ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧୬ା୨(ବନ୍ଦନା ସେଠୀ):ରାଜ୍ୟରେ ତାପମାତ୍ରା କ୍ରମଶଃ ବୃଦ୍ଧି ପାଉଛି। ରାତିରେ ଶୀତ, ଭୋର୍‌ ସମୟରେ କୁହୁଡି ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଉତ୍ତର ଉପକୂଳ ଓଡ଼ିଶାର କିଛି…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି…

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri