Posted inଖେଳ

‘କିଛି ପଶ୍ଚାତାପ ନାହିଁ’

ନୂଆଦିଲ୍ଲୀ,୨୪।୧୨: ୨୦୧୬ ପରଠୁ ଜାତୀୟ ଦଳରେ ସୁଯୋଗ ମିଳିବା ବନ୍ଦ ହୋଇଯାଇ ଥିଲା। ତଥାପି ୬ ବର୍ଷ ଧରି ଫିଲ୍ଡରେ ସକ୍ରିୟ ଥିଲେ ପୂର୍ବତନ ସ୍ପିନର ହରଭଜନ ସିଂ। ଭାରତକୁ ଅନେକ ମ୍ୟାଚ୍‌ ଜିତାଇଥିବା ଭଜି ଶୁକ୍ରବାର ୨୩ ବର୍ଷର କ୍ୟାରିୟରର ସମାପ୍ତି ଘୋଷଣା କରିଛନ୍ତି। କିନ୍ତୁ ସନ୍ନ୍ୟାସ ଅବସରରେ କୌଣସି ପଶ୍ଚାତାପ ନାହିଁ ବୋଲି କହିଛନ୍ତି ।

“ଅବସର ନେବାରେ ବିଳମ୍ବ ହୋଇଛି, ଏହା ମୋତେ ସ୍ବୀକାର କରିବାକୁ ପଡ଼ିବ। ସାଧାରଣତଃ ମୋ ଜୀବନରେ ଖୁବ୍‌ ସମୟାନୁବର୍ତ୍ତୀ। ବୋଧ ହୁଏ କେବଳ ଏହି ନିଷ୍ପତ୍ତିରେ ବିଳମ୍ବ କରିଛି। କିନ୍ତୁ ମୋ କ୍ୟାରିୟରକୁ ନେଇ ମୋର କୌଣସି ପଶ୍ଚାତାପ ନାହିଁ। ସିଡ୍‌ନୀ ଟେଷ୍ଟରେ ଯାହା ଘଟିଗଲା ଏବଂ ତା’ ପରେ ଯାହା ହେଲା, ସେ ସବୁ ଉଚିତ ନ ଥିଲା। ଏହା ଅନାବଶ୍ୟକ ଥିଲା। କିଏ କ’ଣ କହିଲେ ଭୁଲି ଯାଅ। ସତର ଦୁଇଟି ପକ୍ଷ ଥାଏ। ଏହି ଘଟଣାରେ ମୋ ପକ୍ଷ କେହି ଜାଣିବାକୁ ଚେଷ୍ଟା କଲେ ନାହିଁ। ମୁଁ କେବେ କି ନିଜ ଆଡ଼କୁ ମୋ ପକ୍ଷ ରଖି ନାହିଁ। ଏ ସମ୍ପର୍କରେ ମୋ ଅଟୋବାୟୋଗ୍ରାଫି ଉଲ୍ଲେଖ କରିବି। ମୋ ଉପରେ କ’ଣ ଘଟିଗଲା, ମୋତେ ହିଁ ଜଣା। ଏହା କାହା ସହ ଘଟିବା ଉଚିତ ନୁହେଁ” ବୋଲି ଏକ ସାକ୍ଷାତ୍‌କାରରେ କହିଛନ୍ତି।

ଉଲ୍ଲେଖଯୋଗ୍ୟ, ୧୯୯୮ରେ ପଦାର୍ପଣ କରିଥିବା ଭଜି ୨୦୧୬ରେ ଅନ୍ତିମ ମ୍ୟାଚ୍‌ ଖେଳିଥିଲେ। ମୋଟ ଉପରେ ୩୭୭ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସେ ହାତେଇଥିଲେ ୭୧୧ ଉଇକେଟ। ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ଦିନିକିଆ ବିଶ୍ୱକପ୍‌ ଦଳର ସେ ଗୁରୁତ୍ୱପୂର୍ଣ୍ଣ ଅଂଶ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri