ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସବୁ ପାଇଛି: ଗୌତମ ଆଦାନୀ

ପୁରୀ,୨୮।୬: ଓଡ଼ିଶାରେ ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀ । ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ ପୁରୀରେ ପହଞ୍ଚି ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାରେ ସାମିଲ ହୋଇଛନ୍ତି। ଗୌତମ ଆଦାନୀ ପରିବାର ସହ ରଥ ଉପରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ପୁରୀ ଅଭିମୁଖେ ବାହାରିଥିଲେ ଆଦାନୀ।

ପୁରୀ ଆସି ନିଜକୁ ଭାଗ୍ୟବାନ ମନେ କରିଛନ୍ତି ଗୌତମ ଆଦାନୀ। ଗଣମାଧ୍ୟମକୁ ସେ କହିଛନ୍ତି, ମହାପ୍ରଭୁଙ୍କ ପାଖକୁ ଆସିବା ମୋତେ ଆଜି ସୌଭାଗ୍ୟ ମିଳିଛି। ଏହି ସୁଯୋଗ ମୋ ଜୀବନରେ ଏକ ଅନନ୍ୟ ଅନୁଭୂତି ରହିବ । ମୋ ପାଖରେ ଆଗରୁ କିଛି ନ ଥିଲା। ହେଲେ ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ମୁଁ ସବୁ ପାଇଛି । ଲୋକଙ୍କ ଶୁଭେଚ୍ଛା ଓ ଭଗବାନଙ୍କ ଆଶୀର୍ବାଦରୁ ଆଜି ମୋ ପାଖରେ ସବୁକିଛି ଅଛି । ମହାପ୍ରଭୁଙ୍କ ନିକଟରେ ଦେଶବାସୀଙ୍କ ପ୍ରଗତି ପାଇଁ ପ୍ରାର୍ଥନା କରିଛି। ଏହା ବ୍ୟତୀତ ରଥ ଯାତ୍ରାରେ ପ୍ରଶାସନଠାରୁ ଆରମ୍ଭ କରି ସ୍ବେଚ୍ଛାସେବୀ ସଙ୍ଗଠନ, ସଫେଇ କର୍ମଚାରୀଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।

ଅନ୍ୟପକ୍ଷେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ମୋତେ ପୁରୀଧାମକୁ ଯାଇ ରଥଯାତ୍ରା ସମୟରେ ସେବା କରିବାକୁ ସୌଭାଗ୍ୟ ପ୍ରାପ୍ତ ହେଲା । ଆରମ୍ଭ ହୋଇଥିବା ଏହି ଦିବ୍ୟ ଯାତ୍ରାରେ ସ୍ବୟଂ ଭଗବାନ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । ଏହା କେବଳ ଏକ ଯାତ୍ରା ନୁହେଁ, ବରଂ ଭକ୍ତି, ସେବା ଓ ସମର୍ପଣର ଉତ୍ସବ।

ଏହି ପୂଣ୍ୟ ଅବସରରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ସେବା କରିବା ପାଇଁ ଆଦାନୀ ପରିବାର ପୂରା ନିଷ୍ଠା ଓ ଶ୍ରଦ୍ଧାର ସହ ସମର୍ପିତ । ପ୍ରତ୍ୟେକ ଭକ୍ତଙ୍କୁ ପୁଷ୍ଟିଯୁକ୍ତ ଆହାର ପ୍ରେମର ସହ ପରଷାଯାଉ, ଏହି ସଂକଳ୍ପର ସହ ପୁରୀ ଧାମରେ ପ୍ରସାଦ ସେବା ଆରମ୍ଭ କରିଛୁ। ପୁରୀର ଏହି ପୂଣ୍ୟଭୂମିରେ ସେବକ ରୂପରେ ଯୋଡି ହେବା ମୋ ପାଇଁ, ଆଦାନୀ ପରିବାର ପାଇଁ ଅତ୍ୟନ୍ତ ଗର୍ବ ଓ ଖୁସିର ବିଷୟ । ମୁଁ ପ୍ରାର୍ଥନା କରୁଛି ଯେ, ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଆମ ଉପରେ ଏପରି ଥାଉ


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri