ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ସବୁ ପାଇଛି: ଗୌତମ ଆଦାନୀ

ପୁରୀ,୨୮।୬: ଓଡ଼ିଶାରେ ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀ । ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ ପୁରୀରେ ପହଞ୍ଚି ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାରେ ସାମିଲ ହୋଇଛନ୍ତି। ଗୌତମ ଆଦାନୀ ପରିବାର ସହ ରଥ ଉପରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ ପୁରୀ ଅଭିମୁଖେ ବାହାରିଥିଲେ ଆଦାନୀ।

ପୁରୀ ଆସି ନିଜକୁ ଭାଗ୍ୟବାନ ମନେ କରିଛନ୍ତି ଗୌତମ ଆଦାନୀ। ଗଣମାଧ୍ୟମକୁ ସେ କହିଛନ୍ତି, ମହାପ୍ରଭୁଙ୍କ ପାଖକୁ ଆସିବା ମୋତେ ଆଜି ସୌଭାଗ୍ୟ ମିଳିଛି। ଏହି ସୁଯୋଗ ମୋ ଜୀବନରେ ଏକ ଅନନ୍ୟ ଅନୁଭୂତି ରହିବ । ମୋ ପାଖରେ ଆଗରୁ କିଛି ନ ଥିଲା। ହେଲେ ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ମୁଁ ସବୁ ପାଇଛି । ଲୋକଙ୍କ ଶୁଭେଚ୍ଛା ଓ ଭଗବାନଙ୍କ ଆଶୀର୍ବାଦରୁ ଆଜି ମୋ ପାଖରେ ସବୁକିଛି ଅଛି । ମହାପ୍ରଭୁଙ୍କ ନିକଟରେ ଦେଶବାସୀଙ୍କ ପ୍ରଗତି ପାଇଁ ପ୍ରାର୍ଥନା କରିଛି। ଏହା ବ୍ୟତୀତ ରଥ ଯାତ୍ରାରେ ପ୍ରଶାସନଠାରୁ ଆରମ୍ଭ କରି ସ୍ବେଚ୍ଛାସେବୀ ସଙ୍ଗଠନ, ସଫେଇ କର୍ମଚାରୀଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।

ଅନ୍ୟପକ୍ଷେ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ କୃପାରୁ ମୋତେ ପୁରୀଧାମକୁ ଯାଇ ରଥଯାତ୍ରା ସମୟରେ ସେବା କରିବାକୁ ସୌଭାଗ୍ୟ ପ୍ରାପ୍ତ ହେଲା । ଆରମ୍ଭ ହୋଇଥିବା ଏହି ଦିବ୍ୟ ଯାତ୍ରାରେ ସ୍ବୟଂ ଭଗବାନ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି । ଏହା କେବଳ ଏକ ଯାତ୍ରା ନୁହେଁ, ବରଂ ଭକ୍ତି, ସେବା ଓ ସମର୍ପଣର ଉତ୍ସବ।

ଏହି ପୂଣ୍ୟ ଅବସରରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ସେବା କରିବା ପାଇଁ ଆଦାନୀ ପରିବାର ପୂରା ନିଷ୍ଠା ଓ ଶ୍ରଦ୍ଧାର ସହ ସମର୍ପିତ । ପ୍ରତ୍ୟେକ ଭକ୍ତଙ୍କୁ ପୁଷ୍ଟିଯୁକ୍ତ ଆହାର ପ୍ରେମର ସହ ପରଷାଯାଉ, ଏହି ସଂକଳ୍ପର ସହ ପୁରୀ ଧାମରେ ପ୍ରସାଦ ସେବା ଆରମ୍ଭ କରିଛୁ। ପୁରୀର ଏହି ପୂଣ୍ୟଭୂମିରେ ସେବକ ରୂପରେ ଯୋଡି ହେବା ମୋ ପାଇଁ, ଆଦାନୀ ପରିବାର ପାଇଁ ଅତ୍ୟନ୍ତ ଗର୍ବ ଓ ଖୁସିର ବିଷୟ । ମୁଁ ପ୍ରାର୍ଥନା କରୁଛି ଯେ, ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଆମ ଉପରେ ଏପରି ଥାଉ


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ଆଇପିଏଲ୍‌ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ

ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍‌ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା…

ଅଭିଭାବକ, ଶିକ୍ଷକ ମଧ୍ୟରେ ସମନ୍ବୟ ରହିଲେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ମାନେ ଯୋଗଦେଇ ଅଭିଭାବକ,…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ…

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri