Posted inଜାତୀୟ

‘ମୁଁ ପ୍ରଚାରକୁ ଯାଇନାହିଁ, ପରାଜୟ ବିଷୟରେ କହିପାରିବି ନାହିଁ’

ଅହମ୍ମଦାବାଦ,୮।୧୨: ଗୁଜରାଟ ବିଧାନସଭା ନିର୍ବାଚନ ଫଳାଫଳ ଗୁରୁବାର ସାମ୍ନାକୁ ଆସିଛି। ବହୁମତରେ ଭାଜପା ଗୁଜରାଟରେ ସରକାର ଗଠନ କରିବାକୁ ଯାଉଛି। ଏଠାରେ ଭାଜପା ନିଜର ୨୦ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଛି। ଏହି ନିର୍ବାଚନରେ କଂଗ୍ରେସର ଅବସ୍ଥା ଖରାପ ରହିଛି। କଂଗ୍ରେସ କେବଳ ୧୬ଟି ଆସନରେ ସୀମିତ ଥିବା ଜଣାପଡିଛି। ଦଳର ଏପରି ପରାଜୟକୁ ନେଇ ବରିଷ୍ଠ ନେତା ଶଶି ଥରୁରଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି।
ଗୁଜରାଟରେ କଂଗ୍ରେସର ସବୁଠାରୁ ଖରାପ ପ୍ରଦର୍ଶନ ଉପରେ ଶଶି ଥରୁର କହିଛନ୍ତି, ଗୁଜରାଟରେ ମୁଁ ପ୍ରଚାର କରି ନାହିଁ। ଯେହେତୁ ସେଠାକୁ ଯାଇ ନ ଥିଲି, ପରାଜୟ ବିଷୟରେ ମୁଁ କହିପାରିବି ନାହିଁ। ଏତିକି କହିବି ଏହା ଏକ ଆଶ୍ଚର୍ଯ୍ୟଜନକ ଫଳାଫଳ।
ସୂଚନାଯୋଗ୍ୟ, ଗୁଜରାଟ ଏବଂ ହିମାଚଳ ପ୍ରଦେଶରେ କଂଗ୍ରେସର ତାରକା ପ୍ରଚାରକ ତାଲିକାରେ ଶଶି ଥରୁରଙ୍କ ନାମ ସାମିଲ ନ ଥିଲା। ଏଥି ସହିତ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିରୋଧରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବାରୁ ଦଳର ଏକ ଗୋଷ୍ଠୀ ତାଙ୍କ ଉପରେ ଅସନ୍ତୁଷ୍ଟ ଥିବା କୁହାଯାଉଥିଲା। ତେଣୁ ଗୁଜରାଟ ଏବଂ ହିମାଚଳ ନିର୍ବଚନରେ ତାଙ୍କୁ କୌଣସି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇ ନ ଥିଲା।
ଗୁଜରାଟରେ ଭାଜପା ୧୫୮ଟି ଆସନରେ ଆଗୁଆ ରହିଛି ଏବଂ କଂଗ୍ରେସ କେବଳ ୧୬ଟି ଆସନରେ ସୀମିତ ଥିବା ଜଣାପଡିଛି। ଏଥିସହିତ ଆମ ଆଦମୀ ପାର୍ଟି ପାଞ୍ଚଟି ଆସନରେ ଆଗୁଆ ରହିଛି। ଗୁଜରାଟରେ ତିନୋଟି ସିଟ ଅନ୍ୟାନ୍ୟ ଦଳ ପାଖକୁ ଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri