Posted inଖେଳ

କୋହଲିଙ୍କଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ: ପଣ୍ଟିଂ

ଦୁବାଇ,୨୬ା୨: ମୁଁ ବିରାଟ କୋହଲିଙ୍କଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ ବୋଲି ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ କହିଛନ୍ତି। ଏଥିସହିତ କୋହଲି ୫୦ ଓଭର ଫର୍ମାଟରେ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମରେ ଥିବା ସର୍ବାଧିକ ରନ କରିବାର ରେକର୍ଡକୁ ପଛରେ ପକାଇପାରନ୍ତି ବୋଲି ସେ ଆଶା ବ୍ୟକ୍ତି କରିଛନ୍ତି। ଗତ ରବିବାର ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ଚାମ୍ପିୟନ୍ସ ଟ୍ରଫି ମ୍ୟାଚରେ କୋହଲି ଅପରାଜିତ ୧୦୦ ରନ କରିଥିଲେ, ଯାହାକି ତାଙ୍କ କ୍ୟାରିୟରର ୫୧ତମ ଦିନିକିଆ ଶତକ ଥିଲା। ମୋ ମତରେ ମୁଁ କୋହଲିଙ୍କଠାରୁ ଭଲ ଦିନିକିଆ ବ୍ୟାଟର ଦେଖି ନାହିଁ। ଦିନିକିଆରେ ସର୍ବାଧିକ ରନ କରିଥିବା ବ୍ୟାଟରଙ୍କ ତାଲିକାରେ କୋହଲି ମୋତେ ଅତିକ୍ରମ କରିଛନ୍ତି। ଏହି ତାଲିକାରେ ବର୍ତ୍ତମାନ ଦୁଇ ଜଣ ତାଙ୍କଠାରୁ ଆଗରେ ଅଛନ୍ତି। ମୁଁ ନିଶ୍ଚିତ ଯେ, ଦିନିକିଆରେ ସର୍ବାଧିକ ରନ ସ୍କୋରର ହେବା ପାଇଁ ସେ ନିଜକୁ ଶ୍ରେଷ୍ଠ ସୁଯୋଗ ଦେବେ। ସେ ଶାରୀରିକ ଭାବେ ପୂର୍ବ ଭଳି ପୂରା ଫିଟ ଅଛନ୍ତି ଏବଂ ସେ ଖୁବ୍‌ ଅଭ୍ୟାସ ମଧ୍ୟ କରୁଛନ୍ତି। ସେ ଏବେ ବି ସଚିନଙ୍କଠାରୁ ୪ ହଜାର ରନ ପଛରେ ଅଛନ୍ତି। କିନ୍ତୁ କୋହଲିଙ୍କୁ କଦାପି ଅଣଦେଖା କରାଯାଇ ପାରିବ ନାହିଁ ବୋଲି ପଣ୍ଟିଂ ଆଇସିସି ରିଭ୍ୟୁରେ କହିଛନ୍ତି। କୋହଲି ଏବେ ଦିନିକିଆରେ ୧୪,୦୮୫ ରନ୍‌ କରିଥିବା ବେଳେ ସେ ଏବେ ସଚିନ (୧୮,୪୨୬ ରନ୍‌)ଙ୍କଠାରୁ ୪,୩୪୧ ରନ ପଛରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri