Posted inଖେଳ

ଆଇ- ଲିଗ୍‌: ଆଇଜଲ ଏଫ୍‌ସି ବିଜୟୀ

କୋଲକାତା,୩୧।୧(ପି.ଟି.): ସ୍ଥାନୀୟ ମୋହନ ବାଗାନ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ଆଇ- ଲିଗ୍‌ର ଏକ ମ୍ୟାଚ୍‌ରେ ଆଇଜଲ ଏଫ୍‌ସି ୨-୧ ଗୋଲରେ ନେରେକା ଏଫ୍‌ସିକୁ ପରାସ୍ତ କରିଛି। ଆଇଜଲ ତରଫରୁ ପିସି ଲାଲଡିନପୁଇଆ ୩୭ତମ ମିନିଟ୍‌ରେ ପ୍ରଥମ ଗୋଲ ଦେଇ ଦଳକୁ ୧-୦ରେ ଅଗ୍ରଣୀ କରାଇଥିଲେ। ଏହାପରେ ନେରେକା ତରଫରୁ ଜୁଡା ଗାର୍ସିଆ ୪୯ତମ ମିନିଟ୍‌ରେ ଗୋଲ ଦେଇ ମ୍ୟାଚ୍‌କୁ ୧-୧ ସମାନ ସ୍ଥିତିକୁ ଆଣିଥିଲେ। ତେବେ ୫୬ତମ ମିନିଟ୍‌ରେ ଏମ୍‌ସି ମାଲସମଜୁଆଲା ଗୋଲ ଦେଇ ଆଇଜଲକୁ ଜିତାଇଥିଲେ। ଏହି ବିଜୟ ସହ ଆଇଜଲ ୪ଟି ମ୍ୟାଚ୍‌ ଖେଳି ୨ ବିଜୟ, ଗୋଟିଏ ଲେଖାଏ ଡ୍ର ଓ ପରାଜୟ ସହ ୭ ପଏଣ୍ଟ ପାଇ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ନେରୋକା ୪ଟି ମ୍ୟାଚ୍‌ ଖେଳି ଗୋଟିଏ ବିଜୟ, ଗୋଟିଏ ଡ୍ର ଓ ୨ଟି ପରାଜୟ ସହ ୪ ପଏଣ୍ଟ ପାଇ ତାଲିକାର ଦଶମ ସ୍ଥାନରେ ରହିଛି।
ଗୋକୁଳମ କେରଳ- ରିୟଲ କାଶ୍ମୀର ମ୍ୟାଚ୍‌ ଡ୍ର
ସେହିପରି ଶନିବାର ଗୋକୁଳମ କେରଳ ଓ ରିୟଲ କାଶ୍ମୀର ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍‌ ଗୋଲଶୂନ୍ୟ ଭାବେ ଶେଷ ହୋଇଛି ଓ ଉଭୟ ଦଳ ପଏଣ୍ଟ ଭାଗ କରିଛନ୍ତି। ୭ ପଏଣ୍ଟ ପାଇ କେରଳ ଚତୁର୍ଥ ସ୍ଥାନରେ ରହିଥିବା ବେଳେ କାଶ୍ମୀର ୬ ପଏଣ୍ଟ ପାଇ ପଞ୍ଚମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?