Posted inଖେଳ

ଦର୍ଶକଙ୍କ ଉପସ୍ଥିତିରେ ଖେଳାଯିବ ଆଇ-ଲିଗ୍‌ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୪: ଦୁଇ ବର୍ଷ ବ୍ୟବଧାନରେ ପ୍ରଥମଥର ପାଇଁ ଦର୍ଶକଙ୍କ ଉପସ୍ଥିତିରେ ଖେଳାଯିବ ଆଇ-ଲିଗ୍‌ ମ୍ୟାଚ୍‌। ତେବେ ଷ୍ଟାଡିୟମର କିଛି ନିର୍ଦ୍ଦିଷ୍ଟ ଷ୍ଟାଣ୍ଡ ଏବଂ ସେକ୍‌ଶନରେ ଦର୍ଶକଙ୍କୁ ଅନୁମତି ପ୍ରଦାନ କରାଯିବ ବୋଲି ଆଇ-ଲିଗ୍‌ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆସନ୍ତା ୨୨ ତାରିଖରୁ କୋଲ୍‌କାତାଠାରେ ଚଳିତ ୨୦୨୧-୨୨ ସିଜନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବାକୁ ଯାଉଛି। କୋଲ୍‌କାତାର କଲ୍ୟାଣୀ ମ୍ୟୁନିସିପାଲ ଷ୍ଟାଡିୟମ, ନଇହାତି ଷ୍ଟାଡିୟମ ଏବଂ ମୋହନବାଗାନ ଗ୍ରାଉଣ୍ଡରେ ଲିଗ୍‌ର ସମସ୍ତ ମ୍ୟାଚ୍‌ ଖେଳାଯିବ। ”ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ପଶ୍ଚିମବଙ୍ଗ ସରକାରଙ୍କ ସ୍ବାସ୍ଥ୍ୟ ଗାଇଡ୍‌ଲାଇନ ଅନୁସାରେ ହିରୋ ଆଇ-ଲିଗ୍‌ ପାଇଁ ଷ୍ଟାଡିୟମର ନିର୍ଦ୍ଦିଷ୍ଟ ଷ୍ଟାଣ୍ଡ୍ସ ଏବଂ ସେକ୍‌ଶନରେ ଦର୍ଶକଙ୍କୁ ଅନୁମତି ପ୍ରଦାନ କରାଯିବ। ଦର୍ଶକଙ୍କୁ ଷ୍ଟାଣ୍ଡରେ ସ୍ବାଗତ କରିବା ଦ୍ୱାରା ଆମକୁ ଅପାର ସନ୍ତୋଷ ମିଳିବ। କଠିନ ସମୟରେ ଦର୍ଶକଙ୍କ ସମର୍ଥନ ପାଇଁ ଆମେ କୃତଜ୍ଞ“ ବୋଲି ଲିଗ୍‌ ସିଇଓ ସୁନାନ୍ଦୋ ଧର ବିଜ୍ଞପ୍ତିରେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଦଳୀୟ ବାୟୋ ବବଲରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରୁ ଜାନୁୟାରୀ ୩ ତାରିଖରେ ଚଳିତ ସିଜନକୁ ବାତିଲ କରି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

୨୭ ସେପ୍ଟେମ୍ବର କ୍ରିକେଟର ଐତିହାସିକ ଦିନ: ଗୋଟିଏ ଦିନରେ ଦେଖିବାକୁ ମିଳିଲା ୬ ଶତକ, ତାଲିକାରେ ଦେଖନ୍ତୁ ଅଛନ୍ତି କିଏ…

ନୂଆଦିଲ୍ଲୀ,୨୯।୯: ୨୭ ସେପ୍ଟେମ୍ବର ରବିବାର ଦିନିକିଆ କ୍ରିକେଟ ପାଇଁ ଏକ ଐତିହାସିକ ଦିନ ହୋଇଛି। ଗୋଟିଏ ଦିନରେ ଖେଳାଯାଇଥିବା ୩ଟି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ ମୋଟ ୬ଟି…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?