Posted inଜାତୀୟ

ମୁଁ ମୋ ବନ୍ଧୁଙ୍କୁ ହରାଇଦେଲି: ରତନ ଟାଟାଙ୍କ ପରଲୋକରେ ଭାବପ୍ରବଣ ହେଲେ ମୁକେଶ ଅମ୍ବାନୀ

ନୂଆଦିଲ୍ଲୀ,୧୦।୧୦: ଭେଟେରାନ ଶିଳ୍ପପତି ରତନଙ୍କ ଟାଟା ବୁଧବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ପଦ୍ମଭୂଷଣ ପୁରସ୍କାର ପ୍ରାପ୍ତ ରତନ ଟାଟା ୮୬ ବର୍ଷ ବୟସରେ ଦକ୍ଷିଣ ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ତାଙ୍କ ଦେହାନ୍ତରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଦୁଃଖ ପ୍ରକାଶ କରିଛନ୍ତି। ରତନ ଟାଟାଙ୍କ ଦେହାନ୍ତ କେବଳ ଟାଟା ଗ୍ରୁପ ପାଇଁ ନୁହେଁ ବରଂ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ବଡ କ୍ଷତି। ମୁଁ ଆଜି ଏକ ପ୍ରିୟ ବନ୍ଧୁଙ୍କୁ ହରାଇଲି ବୋଲି ନିଜ ଶୋକ ବାର୍ତ୍ତାରେ ମୁକେଶ ଅମ୍ବାନୀ କହିଛନ୍ତି।

ରତନ ଟାଟାଙ୍କ ଦେହାନ୍ତରେ ରିଲାଏନ୍ସ ଚେୟାରମ୍ୟାନ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କହିଛନ୍ତି, ଏହା ଦେଶ ପାଇଁ ଏକ ଦୁଃଖଦ ଦିନ। ତାଙ୍କର ମୃତ୍ୟୁ କେବଳ ଟାଟା ଗ୍ରୁପ ପାଇଁ ନୁହେଁ ବରଂ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଏକ ବଡ କ୍ଷତି। ତାଙ୍କ ଦେହାନ୍ତରେ ମୁଁ ବ୍ୟକ୍ତିଗତ ଭାବେ ଦୁଃଖିତ। ମୁଁ ଦୁଃଖିତ କାରଣ ମୁଁ ଜଣେ ଭଲ ବନ୍ଧୁଙ୍କୁ ହରାଇଛି, ସେ ମୋତେ ପ୍ରେରଣା ଦେଇଥିଲେ ଏବଂ ପ୍ରତ୍ୟେକ ସଭାରେ ମୋତେ ନୂତନ ଶକ୍ତି ଦେଇଥିଲେ। ସେ ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟବସାୟୀ ଏବଂ ପରୋପକାରୀ ଥିଲେ। ସେ ସର୍ବଦା ସମାଜର ଉନ୍ନତି ପାଇଁ କାର୍ଯ୍ୟ କରିଥିଲେ।

ସେ ଆହୁରି ମଧ୍ୟ କହିଛନ୍ତି, ତାଙ୍କ ବିୟୋଗରେ ଦେଶ ଜଣେ ଦୟାଳୁ ପୁଅକୁ ହରାଇଛି। ଟାଟା ସମଗ୍ର ବିଶ୍ୱ ସାମ୍ନାରେ ଦେଶକୁ ପ୍ରତିନିଧିତ୍ୱ କରିଥିଲେ। ସେ ଦୁନିଆର ଭଲ ଜିନିଷକୁ ଭାରତକୁ ଆଣିଥିଲେ। ସେ ଟାଟା ପରିବାରକୁ ସଂସ୍ଥାପିତ କରିଥିଲେ। ୧୯୯୧ରେ ସେ ନେଇଥିଲେ ଟାଟା ଗ୍ରୁପ ଉପରେ ଏହା ପରେ ଏହାର ବ୍ୟବସାୟ ୭୦ ଗୁଣ ବୃଦ୍ଧି ପାଇଛି। ରିଲାଏନ୍ସ, ନୀତା ଏବଂ ଅମ୍ବାନୀ ପରିବାର ତରଫରୁ ମୁଁ ଟାଟା ପରିବାରର ଶୋକସନ୍ତପ୍ତ ସଦସ୍ୟଙ୍କୁ ସମବେଦନା ଜଣାଉଛି। ରତନ, ତୁମେ ସବୁବେଳେ ମୋ ହୃଦୟରେ ରହିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri