ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ । ଟିଟିଲାଗଡ଼ ବଏଜ୍ ହାଇସ୍କୁଲ୍ ପଡ଼ିଆରେ ଓଡିଶା କଳାକାର ଏକତା ମଞ୍ଚ ପକ୍ଷରୁ ଆୟୋଜିତ ଏହି ସଭାରେ ଯୋଗ ଦେଇ ହ୍ୟୁମାନଙ୍କ ମାଆ କହିଛନ୍ତି, ସେ ଗଣମାଧ୍ୟମରେ ଯାହା କହିଛନ୍ତି, ତାହା ନିରାଟ ସତ୍ୟ । ସେ ପୁତ୍ର ବିଚ୍ଛେଦରୁ ମୁକୁଳି ପାରି ନ ଥିବାରୁ ଏଯାଏଁ FIR ଦେଇ ନାହାଁନ୍ତି କିମ୍ବା ଏ ବିଷୟରେ କୌଣସି ନିଷ୍ପତ୍ତି ନେଇ ପାରି ନାହାଁନ୍ତି । ତେବେ ତାଙ୍କର ଶେଷ ଭରସା ବୋହୂ ଓ ନାତୁଣୀ । ହ୍ୟୁମାନଙ୍କ ମୃତ୍ୟୁ ପାଇଁ ମାଆ ପୂର୍ବରୁ ଦୁଇ ଜଣ ମ୍ୟାନେଜର ଓ ଜଣେ ଗାୟିକାଙ୍କୁ ଦାୟୀ କରିଥିଲେ ।

ଏହି ଅବସରରେ ହ୍ୟୁମାନଙ୍କ ପତ୍ନୀ ଶ୍ରେୟା ମିଶ୍ର ମଧ୍ୟ ନିଜ ଦୁଃଖଭରା କାହାଣୀ ବର୍ଣ୍ଣନା କରିଛନ୍ତି । ସେ କହିଛନ୍ତି, “ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି ଓ ୮ ବର୍ଷରେ ମୋ ଝିଅ ବାପାଙ୍କୁ ହରାଇଲା ।” ମାଆ ପୂର୍ବରୁ ଯାହା ସବୁ କହିଛନ୍ତି ଓ ଯେଉଁମାନଙ୍କ ନାଁ ନେଇଛନ୍ତି, ସେଥିରେ ସେ ଶତପ୍ରତିଶତ ଏକମତ ବୋଲି ଶ୍ରେୟା କହିଛନ୍ତି । ଅର୍ଥାତ୍ ମାଆ କରିଥିବା ସମସ୍ତ ଅଭିଯୋଗ ପୂରା ସତ ।

ଶ୍ରେୟା ମିଶ୍ର ଶ୍ରଦ୍ଧାଞ୍ଜଳି ସଭା ପୂର୍ବରୁ ସ୍ବାମୀ ହ୍ୟୁମାନଙ୍କ ସମାଧି ପୀଠକୁ ଯାଇ ଭୋ ଭୋ ହୋଇ କାନ୍ଦିଥିଲେ । ମାଆ ମଧ୍ୟ ପୁଅକୁ ବୋହୂ ଶ୍ରଦ୍ଧାଞ୍ଜଳି ଦେଇଥିବାରୁ ଏବଂ ବୋହୂ ଓ ନାତୁଣୀ ତାଙ୍କୁ ସମ୍ଭାଳିଥିବାରୁ ଭାବବିହ୍ବଳ ହୋଇ କାନ୍ଦିଥିଲେ । ସଭାରେ ଯୋଗଦେବା ପାଇଁ ଅଭିନେତା ଅନୁଭବ ମହାନ୍ତିଙ୍କ ସମେତ ଚଳଚ୍ଚିତ୍ର ଓ ସଂଗୀତ ଜଗତର ବହୁ ଜଣାଶୁଣା ବ୍ୟକ୍ତିବିଶେଷ ଟିଟିଲାଗଡ଼ରେ ପହଞ୍ଚିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

କ୍ଷଣସ୍ଥାୟୀ କରୁଛନ୍ତି କ୍ଷତି

ଭାରତ ନୂଆଦିଲ୍ଲୀଠାରେ ବ୍ରିକ୍ସ ଶିଖର ସମ୍ମିଳନୀ ଆୟୋଜନ କରି ବାହାବା ନେଲା। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ ଓ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତକୁ ବିରାଟ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ…

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?