Posted inଖେଳ

ଅର୍ଦ୍ଧଶତକ ହାସଲ ପରେ ଗିଲ୍‌ କହିଲେ-ମୁଁ ବଡ଼ ଭୁଲ କରିଦେଲି

କାନପୁର,୨୬।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତୀୟ ଓପନର ଶୁବମନ ଗିଲ ଅର୍ଦ୍ଧଶତକ ହାସଲ କରିଛନ୍ତି। ଏହାସତ୍ତ୍ୱେ ସେ ଏକ ଭୁଲ୍‌ କରିଥିବା କହିଛନ୍ତି। ୫୨ ରନ ସ୍କୋର କରିବା ପରେ ଗିଲଙ୍କୁ ଜେମିସନ ବୋଲ୍ଡ ଥିତ୍ଲେ। ନ୍ୟୁଜିଲାଣ୍ଡର ଦ୍ରୁତ ବୋଲର କାଏଲ ଜେମିସନଙ୍କୁ ପ୍ରଶଂସା କରି ଗିଲ କହିଛନ୍ତି ଯେ ପ୍ରଥମ ଦିନରେ ମଧ୍ୟାହ୍ନ ଭୋଜନ ପରେ ରିଭର୍ସ ସୁଇଙ୍ଗ ଆରମ୍ଭ କରିବେ ବୋଲି ସେ ଆଶା କରି ନ ଥିଲେ। ମୁଁ ଭାବୁଛି ସେ ପ୍ରଥମ ସ୍ପେଲ୍‌ରେ ଭଲ ବୋଲିଂ କରିଥିଲେ। ମଧ୍ୟାହ୍ନ ଭୋଜନ ପରେ ସେ ଆହୁରି ଭଲ ବୋଲିଂ କରିଥିଲେ। ବେଳେବେଳେ ଏହା ଜାଣିବା କଷ୍ଟକର ଯେ ବଲ କେବେ ଓଲଟା ସୁଇଙ୍ଗ କରିବ ଏବଂ ମୁଁ ଭାବି ନ ଥିଲି ଯେ ରିଭର୍ସ ସୁଇଙ୍ଗ ଏତେ ଶୀଘ୍ର ପକାଇବେ। ଟେଷ୍ଟ କ୍ରିକେଟରେ ଏହା ହିଁ ଘଟେ। ଆପଣଙ୍କୁ ପରିସ୍ଥିତିର ଶୀଘ୍ର ମୂଲ୍ୟାଙ୍କନ କରିବାକୁ ପଡିବ। ଏହି ଇନିଂସରେ ମୁଁ ବଲ୍‌କୁ ସେପରି ଚିହ୍ନଟ କରିପାରିଲି ନାହିଁ। ବଲଟି ଏହିପରି ସୁଇଙ୍ଗ ଓଲଟା ହେବ ବୋଲି ମୁଁ ଆଶା କରି ନ ଥିଲି । ମୋର ବଡ଼ ଭୁଲ୍‌ ହୋଇଗଲା ବୋଲି ସେ କହିଛନ୍ତି।
ଏହାସହ ଗିଲ ପଦାର୍ପଣ ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଥିବା ଶ୍ରେୟାସ ଆୟରଙ୍କୁ ପ୍ରଶଂସା କରିଥିଲେ। ରାହୁଲ ଦ୍ରାବିଡଙ୍କ କୋଚିଂରେ ଖେଳିବା ଦ୍ୱାରା ସେ ଖୁସି ବ୍ୟକ୍ତ କରିଥିଲେ। ପ୍ରଥମ ଦିନର ଖେଳ ଶେଷ ହେବା ପରେ ଟିମ ଇଣ୍ଡିଆ ୪ ଉଇକେଟ ପାଇଁ ୨୫୮ ରନ ସଂଗ୍ରହ କରିଛି। ଶ୍ରେୟାସ ଆୟର ଏବଂ ରବିନ୍ଦ୍ର ଜାଡେଜା ଅର୍ଦ୍ଧଶତକ ସହିତ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri