ମୋତେ ରାତି ୨.୩୦ରେ ମୁନିରଙ୍କ ଫୋନ୍‌ ଆସିଥିଲା… Operation Sindoorକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ଶେହବାଜ ଶରିଫ

ଇସଲାମାବାଦ୍‌,୧୭।୫:ଅପରେଶନ ସିନ୍ଦୂର ପରେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ମେ ୭ ରୁ ୧୧ ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପାକିସ୍ତାନ ଲଗାତାର ଭାବରେ ଡ୍ରୋନ ଏବଂ ମିସାଇଲ୍‌ ଭାରତ ଉପରେ ଆକ୍ରମଣ କରିଥିଲା। ଭାରତୀୟ ସେନା ମଧ୍ୟ ଏହାର ଉଚିତ ଜବାବ ଦେଇଥିଲା। ଭାରତ ଦ୍ୱାରା ନିଆଯାଇଥିବା ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ଉପରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ଏବେ ଏକ ବଡ଼ ବୟାନ ଦେଇଛନ୍ତି। ସେ ସ୍ବୀକାର କରିଛନ୍ତି, ତାଙ୍କୁ ଭାରତୀୟ ବାୟୁସେନା ଦ୍ୱାରା ନୁର ଖାନ ଏୟାରବେସ ଏବଂ ଅନ୍ୟାନ୍ୟ ଘାଟିରେ କରାଯାଇଥିବା ବିମାନ ଆକ୍ରମଣ ବିଷୟରେ ଜେନେରାଲ ଅସୀମ ମୁନିର ରାତି ୨.୩୦ ରେ ଫୋନରେ ସୂଚନା ଦେଇଥିଲେ। ସେ ଏହା ମଧ୍ୟ ଦାବି କରିଛନ୍ତି, ଭାରତ ପକ୍ଷରୁ ଅସ୍ତ୍ରବିରତି ପ୍ରସ୍ତାବ ଦିଆଯାଇଥିଲା।

ପାକିସ୍ତାନ ପ୍ରଧାନମନ୍ତ୍ରୀ କହିଛନ୍ତି, ମେ ୯-୧୦ ରାତି ପ୍ରାୟ ୨:୩୦ ସମୟରେ ଜେନେରାଲ ସୟଦ ଅସୀମ ମୁନିର ମୋତେ ସୁରକ୍ଷିତ ରେଖାରେ ଫୋନ କରି ଜଣାଇଥିଲେ ଯେ, ଭାରତୀୟ ବାଲିଷ୍ଟିକ ମିଶାଇଲ୍‌ ନୁର ଖାନ ଏୟାରବେସ ଏବଂ ଅନ୍ୟ କିଛି ଅଞ୍ଚଳରେ ପଡ଼ିଛି। ଆମର ବାୟୁସେନା ଆମ ଦେଶକୁ ସୁରକ୍ଷା ଦେବା ପାଇଁ ସ୍ବଦେଶୀ ପ୍ରଯୁକ୍ତିବିଦ୍ୟା ବ୍ୟବହାର କରିଥିଲା ଏବଂ ସେମାନେ ଚାଇନା ଯୁଦ୍ଧ ବିମାନରେ ଆଧୁନିକ ଗ୍ୟାଜେଟ ଏବଂ ପ୍ରଯୁକ୍ତିବିଦ୍ୟା ମଧ୍ୟ ବ୍ୟବହାର କରିଥିଲେ।”

ପ୍ରଧାନମନ୍ତ୍ରୀ ଆହୁରି ମଧ୍ୟ ଆହୁରି କହିଛନ୍ତି, ଆଜି ସବୁଠି ଆଲୋଚନା ହେଉଛି ଯେ ପାକିସ୍ତାନୀ ସେନା ଭାରତକୁ କିପରି ଜବାବ ଦେଇଥିଲା। ଆମର ସେନା ପଠାନକୋଟ, ଉଧମପୁର ଏବଂ ଅନ୍ୟାନ୍ୟ ଅନେକ ସ୍ଥାନରେ ଆକ୍ରମଣ କରିଥିଲା ଏବଂ ଶତ୍ରୁମାନେ ଲୁଚିବା ପାଇଁ ସ୍ଥାନ ପାଇ ନ ଥିଲେ।

ପାକିସ୍ତାନର ପ୍ରଧାନମନ୍ତ୍ରୀ କହିଥିଲେ, ସକାଳେ ମୁଁ ସୁଇମିଂ କରିବାକୁ ଯାଇଥିଲି ଏବଂ ମୋର ସୁରକ୍ଷିତ ଫୋନ ସାଙ୍ଗରେ ନେଇଥିଲି। ଜେନେରାଲ ଅସୀମ ମୁନିର ମୋତେ ଫୋନ କରି କହିଥିଲେ ଯେ ଆମେ ସେମାନଙ୍କୁ ଉପଯୁକ୍ତ ଜବାବ ଦେଇଛୁ ଏବଂ ଏବେ ସେମାନେ ଅସ୍ତ୍ରବିରତି କରିବାକୁ ଚାହୁଁଛନ୍ତି, ଏହା ବିଷୟରେ ଆପଣଙ୍କର କ’ଣ ମତ? ମୁଁ କହିଲି – ଏହାଠାରୁ ବଡ଼ କଥା କ’ଣ ହୋଇପାରେ। ଶତ୍ରୁକୁ ଏକ କଡ଼ା ଚାପୁଡ଼ା ଦିଆହୋଇଛି। ତେଣୁ ଏବେ ସେମାନେ ଅସ୍ତ୍ରବିରତି କରିବାକୁ ବାଧ୍ୟ ହୋଇଛି। ମୁଁ ଭାବୁଛି ଆପଣ ବିଳମ୍ବ ନକରି ଅସ୍ତ୍ରବିରତି ପ୍ରସ୍ତାବ ଗ୍ରହଣ କରିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?