Posted inଖେଳ

୨୦୧୧ ବିଶ୍ୱକପ୍‌ରୁ ବିଦାୟ ପରେ କ୍ରିକେଟରଙ୍କୁ ମିଳିଥିଲା ହତ୍ୟା ଧମକ

ନୂଆଦିଲ୍ଲୀ, ୧୮।୫ : ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ଅଧିନାୟକ ଫାଫ ଡୁପ୍ଲେସି ମଙ୍ଗଳବାର ଏକ ବଡ଼ ଖୋଲାସା କରିଛନ୍ତି। କ୍ୱାର୍ଟର ଫାଇନାଲରେ ନ୍ୟୁଜିଲାଣ୍ଡଠାରୁ ପରାଜୟ ପରେ ୨୦୧୧ ବିଶ୍ୱକପ୍‌ରୁ ବିଦାୟ ନେଇଥିଲା ଦକ୍ଷିଣ ଆଫ୍ରିକା। ଏହାପରେ ଡୁପ୍ଲେସି ଓ ତାଙ୍କ ପତ୍ନୀଙ୍କୁ ମିଳିଥିଲା ହତ୍ୟା ଧମକ।

ବାଂଲାଦେଶର ମୀରପୁରଠାରେ ଖେଳାଯାଇଥିବା ନକଆଉଟ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୪୯ ରନ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇ ଦେଇଥିଲା। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୨୨୨ ରନ୍‌ ବିଜୟ ଲକ୍ଷ୍ୟ ଆଗରେ ୧୭୨ ରନ୍‌ରେ ସୀମିତ ରହିଥିଲା ଦକ୍ଷିଣ ଆଫ୍ରିକା। ଏକଦା ୩ ଉଇକେଟ ହରାଇ ୧୨୧ ରନ୍‌ କରିଥିବା ଗ୍ରେମ ସ୍ମିଥଙ୍କ ନେତୃତ୍ୱାଧୀନ ଦଳ ଅପ୍ରତ୍ୟାଶିତ ବ୍ୟାଟିଂ ବିପର୍ଯ୍ୟର ସମ୍ମୁଖୀନ ହୋଇଥିଲା। ମାତ୍ର ୫୧ ରନ୍‌ରେ ୭ ଉଇକେଟ ହରାଇ ପରାଜୟ ବରଣ କରିଥିଲା ଦକ୍ଷିଣ ଆଫ୍ରିକା। ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡର ଦ୍ୱାଦଶ ଖେଳାଳି କାଇଲ ମିଲ୍ସଙ୍କୁ ଧକା ମାରିବା କାରଣରୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ହରାଇଥିଲେ ଡୁପ୍ଲେସି।

” ସେହି ମ୍ୟାଚ୍‌ ପରେ ମୋତେ ଓ ମୋ ସ୍ତ୍ରୀଙ୍କୁ ହତ୍ୟା ଧମକ ମିଳିଥିଲା। ଆମେ ସୋସିଆଲ ମିଡିଆ ଛାଡ଼ି ଦେଇଥିଲୁ। ଏହା ଖୁବ୍‌ ବ୍ୟକ୍ତିଗତ ହୋଇଯାଇଥିଲା। ଏହି କାରଣରୁ ମୁଁ ଲୋକଙ୍କଠାରୁ ଦୂରେଇ ରୁହେ। ପ୍ରାୟ ଖେଳାଳି ଏଭଳି ପରିସ୍ଥିତି ଦେଇ ଗତି କରନ୍ତି ଓ ଏଥି ଯୋଗୁ କ୍ରିକେଟରଙ୍କ ସର୍କଲ ଖୁବ କମ୍‌ ଥାଏ “ ବୋଲି ଇଏସ୍‌ପିଏନ୍‌ କ୍ରିକ୍‌ଇନ୍‌ଫୋ ସହ ଆଲୋଚନା ବେଳେ ଡୁପ୍ଲେସି କହିଛନ୍ତି।

ଆଇପିଏଲ ସ୍ଥଗିତ ହେବା ପରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବ୍ୟାଟ୍ସମ୍ୟାନ ନିକଟରେ ସ୍ବଦେଶ ଫେରିଛନ୍ତି। ଚଳିତ ଆଇପିଏଲରେ ୭ ମ୍ୟାଚ୍‌ ଖେଳିଥିବା ଡୁପ୍ଲେସି ୧୩୬ ଷ୍ଟ୍ରାଇକରେଟ୍‌ରେ ୩୨୦ ରନ୍‌ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri